ଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣି

କୋକସରା,୬।୯(ଡି.ଏନ.ଏ.)-ନୂଅଁାଖାଇ ପରେ ଅଞ୍ଚଳରେ ଖୁସିର ବାତାବରଣ ଲାଗି ରହିଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହୋଇଛି। ଏହାର ପ୍ରଭବାରେ କୋକସରା ବ୍ଲକରେ ଅନେକଙ୍କ ଘର ଭାଙ୍ଗିବା ସହିତ ଘରେ ପାଣି ପଶିଥିବା ସୂଚନା ମିଳିଛି । ସୂଚନା ଅନୁସାରେ କୋକସରା ବ୍ଲକ ଅନ୍ତର୍ଗତ ଗୋତୋମୁଣ୍ଡା ଗ୍ରାମପଞ୍ଚାୟତ ପିପଲଝାପର ଗ୍ରାମର ମକରନ୍ଦ ବିଶି ଓ ତାଙ୍କ ପରିବାର ରାତିରେ ଶୋଇଥିବା ବେଳେ ଘର ଭାଙ୍ଗି ଯାଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦୀର୍ଘ ଦିନ ହେବ ମକରନ୍ଦଙ୍କ ପରିବାର ଏକ ମାଟି ଘରେ ରହି ଆସୁଥିବାବେଳେ ବୁଧବାର ରାତିରେ ହୋଇଥିବା ଲଗାଣ ବର୍ଷାରେ ଘର ଭାଙ୍ଗି ଯାଇଛି। ଫଳରେ ସେମାନେ ପଡୋଶୀ ଘରେ ଆଶ୍ରୟ ନେଇଥିବା ଜଣାପଡିଛି। ସେହିପରି ଆମପାଣି ଗ୍ରାମପଞ୍ଚାୟତର ମଧୁ ସୁନା, ଦିବ୍ୟ ବାଗ, ରାଜୁ ବାଗ, ରାଏଚନ ସୁନାଙ୍କ ଭଳି ଅନେକ ଲୋକଙ୍କ ଘରେ ପାଣି ପଶିଥିବା ବେଳେ ମୁଷାପାଲି ଗ୍ରାମ ପଞ୍ଚାୟତ ଗହନାମୁଣ୍ଡା ଗ୍ରାମର ଟିକଚନ ରାଉତଙ୍କ ଘରେ ମଧ୍ୟ ପାଣି ପଶିଯାଇଛି। ଫଳରେ ଘରରେ ଥିବା ସମସ୍ତ ଆସବାବପତ୍ର ଓ ଗଚ୍ଛିତ ଖାଦ୍ୟ ସାମଗ୍ରୀ ନଷ୍ଟ ହୋଇଯାଇଥିବା ବେଳେ ସମସ୍ତେ ନିରାଶ୍ରୟ ହୋଇପଡିଥିବା ଅଭିଯୋଗ ହୋଇଛି। ଏ ନେଇ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବସନ୍ତ କୁମାର ସେଠୀଙ୍କ ପଚାରିବାରୁ ଯେହେତୁ ଅତ୍ୟଧିକ ବର୍ଷା ହୋଇନାହିଁ। ଯଦି ଆଗକୁ ବର୍ଷାର ପରିମାଣ ବଢେ ତେବେ ରିଲିଫ କୋର୍ଡ ଅନୁସାରେ ରିଲିଫ ଦିଆଯିବା ବ୍ୟବସ୍ଥା କରାଯିବ। ଯେଉଁମାନଙ୍କ ଘର ଭାଙ୍ଗିଛି ଓ ପାଣି ପଶିଛି ସ୍ଥାନୀୟ ରାଜସ୍ୟ ନିରୀକ୍ଷକଙ୍କ ତଦନ୍ତ ପରେ ତହସିଲଦାରଙ୍କୁ ରିପୋର୍ଟ ଦେବା ପରେ କ୍ଷତିପୂରଣ ଦିଆଯିବ ବୋଲି ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri