ଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣି

କୋକସରା,୬।୯(ଡି.ଏନ.ଏ.)-ନୂଅଁାଖାଇ ପରେ ଅଞ୍ଚଳରେ ଖୁସିର ବାତାବରଣ ଲାଗି ରହିଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହୋଇଛି। ଏହାର ପ୍ରଭବାରେ କୋକସରା ବ୍ଲକରେ ଅନେକଙ୍କ ଘର ଭାଙ୍ଗିବା ସହିତ ଘରେ ପାଣି ପଶିଥିବା ସୂଚନା ମିଳିଛି । ସୂଚନା ଅନୁସାରେ କୋକସରା ବ୍ଲକ ଅନ୍ତର୍ଗତ ଗୋତୋମୁଣ୍ଡା ଗ୍ରାମପଞ୍ଚାୟତ ପିପଲଝାପର ଗ୍ରାମର ମକରନ୍ଦ ବିଶି ଓ ତାଙ୍କ ପରିବାର ରାତିରେ ଶୋଇଥିବା ବେଳେ ଘର ଭାଙ୍ଗି ଯାଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦୀର୍ଘ ଦିନ ହେବ ମକରନ୍ଦଙ୍କ ପରିବାର ଏକ ମାଟି ଘରେ ରହି ଆସୁଥିବାବେଳେ ବୁଧବାର ରାତିରେ ହୋଇଥିବା ଲଗାଣ ବର୍ଷାରେ ଘର ଭାଙ୍ଗି ଯାଇଛି। ଫଳରେ ସେମାନେ ପଡୋଶୀ ଘରେ ଆଶ୍ରୟ ନେଇଥିବା ଜଣାପଡିଛି। ସେହିପରି ଆମପାଣି ଗ୍ରାମପଞ୍ଚାୟତର ମଧୁ ସୁନା, ଦିବ୍ୟ ବାଗ, ରାଜୁ ବାଗ, ରାଏଚନ ସୁନାଙ୍କ ଭଳି ଅନେକ ଲୋକଙ୍କ ଘରେ ପାଣି ପଶିଥିବା ବେଳେ ମୁଷାପାଲି ଗ୍ରାମ ପଞ୍ଚାୟତ ଗହନାମୁଣ୍ଡା ଗ୍ରାମର ଟିକଚନ ରାଉତଙ୍କ ଘରେ ମଧ୍ୟ ପାଣି ପଶିଯାଇଛି। ଫଳରେ ଘରରେ ଥିବା ସମସ୍ତ ଆସବାବପତ୍ର ଓ ଗଚ୍ଛିତ ଖାଦ୍ୟ ସାମଗ୍ରୀ ନଷ୍ଟ ହୋଇଯାଇଥିବା ବେଳେ ସମସ୍ତେ ନିରାଶ୍ରୟ ହୋଇପଡିଥିବା ଅଭିଯୋଗ ହୋଇଛି। ଏ ନେଇ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବସନ୍ତ କୁମାର ସେଠୀଙ୍କ ପଚାରିବାରୁ ଯେହେତୁ ଅତ୍ୟଧିକ ବର୍ଷା ହୋଇନାହିଁ। ଯଦି ଆଗକୁ ବର୍ଷାର ପରିମାଣ ବଢେ ତେବେ ରିଲିଫ କୋର୍ଡ ଅନୁସାରେ ରିଲିଫ ଦିଆଯିବା ବ୍ୟବସ୍ଥା କରାଯିବ। ଯେଉଁମାନଙ୍କ ଘର ଭାଙ୍ଗିଛି ଓ ପାଣି ପଶିଛି ସ୍ଥାନୀୟ ରାଜସ୍ୟ ନିରୀକ୍ଷକଙ୍କ ତଦନ୍ତ ପରେ ତହସିଲଦାରଙ୍କୁ ରିପୋର୍ଟ ଦେବା ପରେ କ୍ଷତିପୂରଣ ଦିଆଯିବ ବୋଲି ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ…

ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…

ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri