ଲଗାଣ ବର୍ଷାରେ ଧାନଜମି ଜଳମଗ୍ନ

ଖଣ୍ଡପଡ଼ା,୨୫ା୯(ସ୍ବ.ପ୍ର.): ଗତ ୨ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକ ଅନ୍ତର୍ଗତ ୨୨ ଗୋଟି ପଞ୍ଚାୟତରେ ଏକର ଏକର ଧାନଜମିରେ ବର୍ଷାଜଳ ଲହଡି ଭାଙ୍ଗୁଛି ା ତଳିଆ ତଥା ଖାଲୁଆ ଅଞ୍ଚଳରେ ଥିବା ଚାଷଜମି ବର୍ଷା ପାଣିରେ ବୁଡି ରହିଥିବାରୁ ଚାଷୀମାନେ ଚିନ୍ତିତ ହୋଇପଡିଛନ୍ତି ା ଏହାଛଡା ବିଭିନ୍ନ ଅଞ୍ଚଳରେ ବର୍ଷାଜଳ ନିଷ୍କାସନ ନିମନ୍ତେ ବ୍ୟବସ୍ଥା ନ ଥିବାରୁ ସ୍ଥାନୀୟ ବାସିନ୍ଦା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସବୁଠି ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ମଶା, ମାଛିଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇଛି। ବର୍ଷା ପ୍ରଭାବରେ ଧାନ ସହ ପନିପରିବା ଚାଷ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ା କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ କରି ଆନୁସଙ୍ଗିକ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri