ଲଗାଣ ବର୍ଷାରେ ବଡ଼ଚଣାରେ ଜନଜୀବନ ପ୍ରଭାବିତ: ବ୍ୟାପକ ଫସଲ ଜଳମଗ୍ନ

ଚଣ୍ଡିଖୋଲ,୮ା୮(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ବୁଧବାର ବର୍ଷା ଲାଗିରହିଛି। ଫଳରେ ବଡ଼ଚଣା ବ୍ଲକ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ଚଣ୍ଡିଖୋଲ, ବାଲିଚନ୍ଦ୍ରପୁର, ଛତିଆ, ବଡ଼ଚଣା ଓ ବାଲିକୁଦା ବଜାର ଲଗାଣ ବର୍ଷା ଯୋଗୁ ଜନଶୂନ୍ୟ ରହିଥିଲା। ଅପରପକ୍ଷେ ବ୍ୟାପକ ଚାଷ ଜମି ଜଳମଗ୍ନ ହୋଇଛି। ୧୬ ନଂ ଜାତୀୟ ରାଜପଥ କଡ଼ର ଉଭୟ ପାର୍ଶ୍ୱରେ ପାଣି ଜମି ରହିବା ଦ୍ୱାରା ଚାଷ ଜମିଗୁଡ଼ିକ କ୍ଷତିଗ୍ରସ୍ତ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏହିପରି ଯଦି ଲଗାଣ ବର୍ଷା ଗୁରୁବାର ହୁଏ ତେବେ ଖାଲୁଆ ଅଞ୍ଚଳର ଧାନଚାଷ ନଷ୍ଟ ହୋଇଯିବ ବୋଲି ବହୁ ଚାଷୀ କହିଛନ୍ତି। ଚଣ୍ଡିଖୋଲ ଷ୍ଟେଟବ୍ୟାଙ୍କ ଶାଖା କାର୍ଯ୍ୟାଳୟ ପଛପଟେ ଥିବା ଖୋସାଲିପୁର ଗ୍ରାମ ଓ ସୁଙ୍ଗୁଡ଼ା ଖେଳପଡ଼ିଆ ନିକଟବର୍ତ୍ତି ଚାଷ ଜମିଗୁଡ଼ିକ ଜଳାମଗ୍ନ ହୋଇପଡ଼ିଥିବାରୁ ଧାନଚାଷ ବାଧାପ୍ରାପ୍ତ ହେବା ଆଶଙ୍କା ପ୍ରକାଶ ପାଇଛି। ଏହି ଲଗାଣ ବର୍ଷାରେ ବାଲିଚନ୍ଦ୍ରପୁରସ୍ଥିତ ସାହାସପୁର କଲେଜ ସମ୍ମୁଖ ଭାଗଟି ଜଳମଗ୍ନ ହୋଇଛି । ସେହିପରି ବାଲିଚନ୍ଦ୍ରପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ମଧ୍ୟ ବର୍ଷା ପାଣି ଘେରରେ ରହିଥିବା ଦେଖିବାକୁ ମିଳିଛି। ଅଞ୍ଚଳର ବହୁ ଗ୍ରାମ ରାସ୍ତା ପାଣିରେ ବୁଡ଼ିରହିବା ଯୋଗୁ ଯାତାୟତ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?