ଲଗାଣ ବର୍ଷାରେ ବେହାଲ କଟକ: ଘରେ ପଶିଲା ପାଣି, ଜନଜୀବନ ଅସ୍ତବ୍ୟସ୍ତ

କଟକ ଅଫିସ,୭।୭: ଗତ ଦୁଇଦିନ ଲଗାଣ ବର୍ଷା ଯୋଗୁ କଟକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ସହରର ସମସ୍ତ ଗଳିକନ୍ଦି ଓ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ବର୍ଷାଜଳ ଲହଡି ମାରୁଛି। ଏପରି କି କେତେକ ଲୋକଙ୍କ ଘରେ ପାଣି ପଶିଥିବା ଦେଖିବାକୁ ମିଳିଛି। ମୋଟାମୋଟି ଭାବେ କହିବାକୁ ଗଲେ ଲୋକେ ଏକପ୍ରକାରର ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ହେଲେ ଏହି ସମସ୍ୟା କଟକରେ ନୂଆ ନୁହେଁ। କଟକରେ ଲୋକମାନେ ଯେପରି ଜଳବନ୍ଦୀ ଅବସ୍ଥାରେ ନ ରହିବେ ସେଥିପାଇଁ ପୂର୍ବରୁ ଅନେକଥର କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ବୈଠକ ଅନୁଷ୍ଠିତ ବିଭିନ୍ନ ପଦକ୍ଷେପ ନିଆଯାଇଥିଲା। ଏହାସତ୍ତ୍ୱେ ଏହାର ସ୍ଥାୟୀ ସମାଧାନ କରିବା ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ଫେଲ୍‌ ମାରିଛି। ଚଳିତବର୍ଷ ବର୍ଷା ଆରମ୍ଭରୁ କଟକର ସ୍ଥିତି ବେହାଲ ହୋଇପଡିଲାଣି। ବିଶେଷକରି ଶନିବାର ହୋଇଥିବା ବର୍ଷା ଲୋକମାନଙ୍କ ଦୁର୍ଦ୍ଦଶା ବଢାଇ ଦେଇଛି। ସହରର ବାଦାମବାଡ଼ି-ଲିଙ୍କ୍‌ରୋଡ ରାସ୍ତା, ଶଙ୍କରପୁର, ଖାନ୍‌ନଗର, ତୁଳସୀପୁର, ଓଡ଼ିଆ ବଜାର, ମେରିଆବଜାର, କାଜିବଜାର, ସୂତାହାଟ, ତୁଳସୀପୁର ମଠସାହି, ସିଦ୍ଧେଶ୍ୱରସାହି, କାଳିଗଳି, ବୁଢ଼ି ଠାକୁରାଣୀ, ଚୂନଭାଟି ଗଳି, ରୋଭରଷ୍ଟ୍ରିଟ, ଦିୱାନ ବଜାର, ଚାଉଳିଆଗଞ୍ଜ, ମହାନଦୀ ବିହାର, ନୂଆବଜାର, ଯୋବ୍ରା, ମଙ୍ଗଳାବାଗ, ରାଉସାପାଟଣା, ପ୍ରଫେସରପଡ଼ା, ଫ୍ରେଣ୍ଡସ କଲୋନୀ, କେଶରପୁର, ବଣିଆସାହି, ପିଠାପୁର, ବଢ଼େଇ ସାହି, କାଠଗଡ଼ା ସାହିର ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେଉଥିଲା। ଅନ୍ୟପକ୍ଷରେ ଶନିବାର ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ ପଟାପୋଲ ଜଳାର୍ଣ୍ଣବ ଅଞ୍ଚଳ ବୁଲି ଦେଖିବା ସହ ଲୋକଙ୍କ ସମସ୍ୟା ପଚାରି ବୁଝିଥିଲେ। ସେହିପରି ସିଏମ୍‌ସି କମିଶନର ଅନନ୍ୟା ଦାସ ସହରରେ ପାଣି ଜମି ରହୁଥିବା ସ୍ଥାନ ବୁଲି ଦେଖିଛନ୍ତି। ସମସ୍ୟା ସମ୍ପର୍କରେ କମିଶନର ଦାସ କହିଛନ୍ତି, ଜଳ ନିଷ୍କାସନ ନିମନ୍ତେ ସହରର ବିଭିନ୍ନ ସ୍ଥାନରେ ୨୨୦ ପମ୍ପସେଟ ଲଗାଯାଇଛି। ଅଧିକ ବର୍ଷା ହେଲେ ଅଗ୍ନିଶମ ବିଭାଗର ସହାୟତା ନିଆଯିବ। ଦରକାର ପଡିଲେ ଅଧିକ ସଂଖ୍ୟକ ପମ୍ପ ବିଭିନ୍ନ ସ୍ଥାନରେ ଲଗାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?