ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳ ବେଦଭୂଷଣ ଦୁଇ ଦିନ ଅର୍ଥାତ ଗୁରୁବାର ଓ ଶୁକ୍ରବାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପ୍ରଥମରୁ ଯୁକ୍ତ ୨ ପର୍ଯ୍ୟନ୍ତ ଏହି ଦୁଇଦିନ ବନ୍ଦ ରହିବ। ଏ ସଂକ୍ରାନ୍ତରେ ଚିଠି ଜିଲା ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଲଗାଣ ମୌସୁମୀ ବର୍ଷା ଜାରି ରହିଥିବାବେଳେ ସହରାଞ୍ଚଳରେ ଜଳବନ୍ଦୀ ଓ ଜଳ ଜମିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇଆଲର୍ଟରେ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗ ଓ ସମସ୍ତ ୟୁଏଲ୍‌ବିକୁ ଯେ କୌଣସି ବର୍ଷାଜନିତ ପରିସ୍ଥିତିର ମୁକାବିଲା ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ କହିଛନ୍ତି। ନାଗରିକଙ୍କ ସୁରକ୍ଷା ଏବଂ ନିରବଚ୍ଛିନ୍ନ ସେବା ଯୋଗାଣ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା। ତେଣୁ ଜରୁରୀ ପରିସ୍ଥିତିରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସମସ୍ତ ୟୁଏଲ୍‌ବିକୁ ସଜାଗ ଓ ସତର୍କ ରହିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବିଭାଗ ପକ୍ଷରୁ ସମସ୍ତ ମହାନଗର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପରାମର୍ଶ ଜାରି କରାଯାଇଛି। ଚିହ୍ନଟ ହଟ୍‌ସ୍ପଟ୍‌ ଓ ନିମ୍ନାଞ୍ଚଳରେ ଜଳବନ୍ଦୀ ଏବଂ ଜଳ ଜମିବାକୁ ରୋକିବା ପାଇଁ ସମସ୍ତ ପ୍ରତିଷେଧକ ପଦକ୍ଷେପ ନେବାକୁ କୁହାଯାଇଛି। ସେହିପରି ୨୪ ଘଣ୍ଟିଆ ପରିସ୍ଥିତି ନିରୀକ୍ଷଣ, ରାପିଡ ଆକ୍ସନ ଟିମ୍‌ଗୁଡିକୁ ପୂର୍ଣ୍ଣ ସକ୍ରିୟ ରଖିବା, ପମ୍ପ ଓ ଡି-ୱାଟରିଂ ଉପକରଣକୁ କାର୍ଯ୍ୟକ୍ଷମ ରଖିବା ଏବଂ ଜଳ ନିଷ୍କାସନ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri