ଲଗାଣ ବର୍ଷା ପରେ ଏବେ ଜଳ ନିଷ୍କାସନ ଚିନ୍ତା

ଜଗତ୍‌ସିଂହପୁର ଅଫିସ, ୨ା୭: ଅସରାଏ ବର୍ଷା ହେଲେ ଜଗତ୍‌ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍‌ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଜଳ ନିଷ୍କାସନ ହୋଇପାରେନି। ଓଲଟି ଡ୍ରେନ୍‌ର ଅପରିଷ୍କାର ପାଣି ରାସ୍ତାରେ ମାଡେ। ଏଥିଯୋଗୁ ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ଥାଏ। ଏହି ସମସ୍ୟା ମାସେ କି ୨ ମାସର ନୁହେଁ, ବର୍ଷାଧିକ କାଳ ହେବ ଲାଗିରହିଛି। ଜିଲାସ୍ତରୀୟ ସମୀକ୍ଷା ବୈଠକରେ ସହରର ପରିମଳ ଓ ଡ୍ରେନ୍‌ ସମସ୍ୟାକୁ ନେଇ ବହୁବାର ଉଦ୍‌ବେଗ ପ୍ରକାଶ ପାଇଥିଲେ ହେଁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଗତ ୬ ତାରିଖରେ ହୋଇଥିବା ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଏନେଇ ଆଲୋଚନା ହୋଇଥିଲା। ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ ଜିଲା ମୁଖ୍ୟାଳୟ ଡ୍ରେନ୍‌ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଗୁରୁତ୍ୱାରୋପ କରି କେତେକ ପ୍ରସ୍ତାବ ଦେଇଥିଲେ। ହେଲେ ଇତି ମଧ୍ୟରେ ୨୪ ଦିନ ଅତିକ୍ରାନ୍ତ ହୋଇଥିଲେ ସୁଦ୍ଧା ସମସ୍ୟାର ସମାଧାନ ଦିଗରେ ଜିଲା ପ୍ରଶାସନ ପାଦେ ଆଗେଇଲା ନାହିଁ। ପରିଣାମ ସ୍ବରୂପ ସହରରେ ଏବେ ଅସ୍ବଭାବିକ ପରିସ୍ଥିତି ସୃଷ୍ଟି ହୋଇଛି। ରବିବାରଠାରୁ ଲଗାଣ ବର୍ଷା ଜାରି ରହିଥିବାରୁ ଚାରିଆାଡେ ବର୍ଷା ଓ ନର୍ଦ୍ଦମା ପାଣି ଜମି ରହିଛି। ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ଆଦି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣକରିବାକୁ ନିୟମରହିଛି। ତେଣୁ ଗତବର୍ଷ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ପୌର ପରିଷଦ, ମ୍ୟୁନିସିପାଲଟିକୁ ଏନେଇ ଚିଠି କରାଯାଇଥିଲା। ଏଥିରେ ବର୍ଷାଦିନ ପୂର୍ବରୁ ଡ୍ରେନ୍‌ ସଫା ଓ ଜବରଦଖଲ ମୁକ୍ତ କରି ଜଳ ନିଷ୍କାସନ ସ୍ବଭାବିକ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେତେବେଳେ ଜଗତ୍‌ସିଂହପୁର ପୌର ପରିଷଦ ଦେଇ ଯାଇଥିବା ୩ଟି ଡ୍ରେନେଜ୍‌ କଟକୁ ଜବରଦଖଲ ମୁକ୍ତ ଓ ସଫା କରିବାକୁ ସୂଚନା ଦିଆଯାଇଥିଲା। କିନ୍ତୁ ୧ ବର୍ଷ ପରେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଗଲାନାହିଁ। ଜଗତ୍‌ସିଂହପୁର ସହରରେ ନାଗପୁର, ପାଣିଶାଳିଆ ଓ ମାଧପୁର ଡ୍ରେନ୍‌ ଯାଇଛି। ନାଗପୁର ଡେନ୍‌ ଜଗତ୍‌ସିଂହପୁରରୁ ନାଗପୁର ପର୍ଯ୍ୟନ୍ତ ଲମ୍ବିଥିବାବେଳେ ସେଥିରୁ ୩ କିଲୋମିଟର ଜଗତ୍‌ସିଂହପୁର ପୌର ପରିଷଦ ଅଧୀନରେ ରହିଛି। ଏହା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ରାସ୍ତାର ଅପରପାର୍ଶ୍ୱରୁ ବାହାରି ଟାଉନ ହଲ୍‌ ଛକ-ସିପି-ଖେରସ ମୌଜା ଦେଇ ପୁରୋହିତପୁର ପାଖରେ ନାଳରେ ମିଶିଛି। ଏହି ଡ୍ରେନ୍‌ର ଓସାର ପାଖାପାଖି ୩୦ ଫୁଟ ହେବ। କିନ୍ତୁ ସେଥିରୁ ଅଧିକାଂଶ ଜବରଦଖଲରେ ଥିବାରୁ ଏବେ ଓସାର ମାତ୍ର ୫/୬ ଫୁଟ ଭିତରେ ରହିଛି। ସେହିପରି ପାଣିଶାଳିଆ ଡ୍ରେନ୍‌ର ଦୈର୍ଘ୍ୟ ପ୍ରାୟ ୧.୫ କିଲୋମିଟର ହେବ। ଏହା ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ନିକଟରୁ ବାହାରି ବସଷ୍ଟାଣ୍ଡ, ଟାଉନ ହଲ୍‌ ଛକ ଦେଇ ପାଣିଶାଳିଆ ଅମୁହାଁଦଣ୍ଡା ପର୍ଯ୍ୟନ୍ତ ଯାଇଛି। ଏହି ଡ୍ରେନ୍‌ ମଧ୍ୟ ଜବରଦଖଲ ହୋଇଛି। ବିଶେଷକରି ବସଷ୍ଟାଣ୍ଡ, ଟାଉନ ହଲ୍‌ ଛକ ଆଦି କେତେକ ସ୍ଥାନରେ ଅଧିକ ଜବରଦଖଲ ହୋଇଛି। ମାଧପୁର ଡ୍ରେନ୍‌ର ଲମ୍ବ ପାଖାପାଖି ୨ କିଲୋମିଟର ହେବ। ଏହି ଡ୍ରେନ୍‌ ଅଳ୍ବ ଜବରଦଖଲ ହୋଇଥିଲେ ମଧ୍ୟ ଆପାତତଃ ଭଲ ସ୍ଥିତିରେ ଅଛି। ନାଗପୁର ଡ୍ରେନ୍‌ଟି ଅଧିକ ଅବ୍ୟବସ୍ଥିତ ଅବସ୍ଥାରେ ରହିଛି। ଜବରଦଖଲ ସାଙ୍ଗକୁ ବ୍ୟବସାୟୀମାନେ ଏଥିରେ ଅଳିଆ ଆବର୍ଜନା ପକାଉଥିବାରୁ ଦୁର୍ଗନ୍ଧରେ ନାଗ ଫାଟିପଡୁଛି। ପୌର ପରିଷଦ ପକ୍ଷରୁ ସଫେଇ ଠିକ ଭାବେ ହେଉନାହିଁ। ସହରର କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଜବରଦଖଲ କରିଥିବାରୁ ପରିଷଦ କ’ଣ, ପ୍ରଶାସନ ବି ପଦକ୍ଷେପ ନେବାକୁ ଆଗପଛ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

ପାରାଦୀପରେ ନିର୍ଣ୍ଣାୟକ ହୋଇପାରନ୍ତି କଂଗ୍ରେସ ଭୋଟର

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭିନ୍ନ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ବିଜେଡିରେ ମିଶିଛନ୍ତି। ତାଙ୍କ ସ୍ଥାନ...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri