ଲଗାଣ ବର୍ଷା : ଫସଲ ହାନୀ ସମ୍ଭାବନାକୁ ନେଇ ଚିନ୍ତାରେ ଚାଷୀ

ରାଜଗାଙ୍ଗପୁର/କୁତ୍ରା, ୨୪।୧୦ (ଡି.ଏନ.ଏ)-  ସୁନ୍ଦରଗଡ ଜିଲା ରାଜଗାଙ୍ଗପୁର ଓ କୁତ୍ରା ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଫସଲହାନୀ ସମ୍ଭାବନାକୁ ନେଇ ଚାଷୀ ଚିନ୍ତାରେ ଥିବା ଜଣାପଡିଛି। ଏବର୍ଷ ବର୍ଷା ପାଇଁ ଚାଷୀ, ଚାଷ କାର୍ଯ୍ୟକୁ ନେଇ ଆରମ୍ଭରୁ ଚିନ୍ତାରେ ରହିଅଛି। ଚାଷ ଆରମ୍ଭରେ ବର୍ଷା ବିଳମ୍ବରେ ହୋଇଥିଲା। ଫଳରେ ଧାନ ଚାଷୀ  ବହୁମାତ୍ରାରେ ଚାପଗ୍ରସ୍ତ ରହୁଥିଲେ। ହେଲେ ବିଳମ୍ବରେ ହେଲେ ମଧ୍ୟ ଭଲ ବର୍ଷା ହେବାରୁ ଧାନ ଚାଷୀ ମନରେ ଆନନ୍ଦ ଭରି ଦେଇଥିଲା। ଖେତରେ ଧାନ ଫସଲ ଦେଖି ଚାଷୀ ଭଲ ଅମଳକୁ ନେଇ ଖୁସିରେ ରହୁଥିଲେ। ହେଲେ ବୁଧବାର ଅପରାହ୍ନଠାରୁ କୁତ୍ରା ଓ ରାଜଗାଙ୍ଗପୁର ଅଞ୍ଚଳରେ ଆରମ୍ଭ ହୋଇଥିବା ଲଘୁଚାପ ବର୍ଷା ୨ ରୁ ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଜାଣିବା ପରେ ଏହି ଅଞ୍ଚଳର ଚାଷୀ ଚିନ୍ତିତ ହୋଇପଡ଼ିଛନ୍ତି। ଅଧିକାଂଶ ଜମିରେ ଧାନ ଫସଲ ପାଚି ଯାଇଛି। ଏହି ଲଗାଣ ବର୍ଷା ଓ ପବନ ଯୋଗୁ ପାଚିଲା ଧାନଗଛଗୁଡିକ ଧାନ ଖେତରେ ପଡି ପାଣିରେ ବୁଡି ରହିଛି। ଯଦି ବର୍ଷା ଦୁଇ ଦିନ ଧରି ଲାଗି ରହେ ତା’ହେଲେ ଧାନ ଖେତରେ ହିଁ ଖରାପ ହେବାର ସମ୍ଭାବନା ରହିଛି। ଚାଷୀ ଅମଳ କରିଥିବା ଧାନଗୁଡିକ ଖଳାରେ ପଡି ରହିଥିବାରୁ ବର୍ଷା ଯୋଗୁ ଏହି ଧାନଗୁଡିକ ଖରାପ ହେବାର ସମ୍ଭାବନାକୁ ଦେଖି ପୁଣି ଚିନ୍ତାରେ ରହୁଛନ୍ତି। ଏହାଛଡା କୁତ୍ରା ଓ ରାଜଗାଙ୍ଗପୁରର ବହୁ ଅଞ୍ଚଳରେ ଚାଷୀମାନେ ପରିବା ଚାଷ କରିଥିବାବେଳେ ଲଗାଣ ବର୍ଷା ଯୋଗୁ ତାହା ମଧ୍ୟ ପ୍ରଭାବିତ ହୋଇଛି। ଲଗାଣ ବର୍ଷା ଯୋଗୁ ରାଜଗାଙ୍ଗପୁର ଓ କୁତ୍ରା ଅଞ୍ଚଳରେ ଲୋକେ ଘରୁ ବାହାରି ପାରୁ ନ ଥିବା ଦେଖିବାକୁ ମିଳୁଛି। ବଜାରଘାଟ ଜନଗହଳି ନ ଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri