ଲଗାଣ ବର୍ଷା: ବଢୁଛି ମହାନଦୀ ଜଳସ୍ତର; ବନ୍ୟା ଆଶଙ୍କାରେ ନଦୀକୂଳିଆ ଗ୍ରାମବାସୀ

ଗଣିଆ,୮ା୯ (ଡି.ଏନ.ଏ.): ଗତ ୩ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ହୀରାକୁଦ ନଦୀବନ୍ଧରୁ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ତଳିଆ ଅଞ୍ଚଳରେ ବର୍ଷା ଲାଗିରହିଥିବାରୁ ଜଳସ୍ତର ଧୀରେ ଧୀରେ ବଢିବାରେ ଲାଗିଛି। ହୀରାକୁଦ ନଦୀବନ୍ଧ ବୁର୍ଲା ଡିଭିଜନର ଗଣିଆ ବ୍ଲକ ବଡମୂଳଠାରେ ଥିବା ଗେଜ୍‌ ସାଇଟ୍‌ରୁ ମିଳିଥିବା ସୂଚନା ଅନୁଯାୟୀ, ଶନିବାର ମଧ୍ୟାହ୍ନ ୧୨ଟା ସମୟରେ ମହାନଦୀରେ ୩୧ଫୁଟ ୩ଇଞ୍ଚ ଜଳ ପ୍ରବାହିତ ହେଉଥିଲା। ଏହାର ୩ଘଣ୍ଟା ପରେ ଅପରାହ୍ନ ୩ଟା ସମୟରେ ଏହା ୩୨ଫୁଟ ୬ଇଞ୍ଚକୁ ବୃଦ୍ଧି ପାଇଥିଲା। ଏଠାରେ ବିପଦସଙ୍କେତ ୩୫ଫୁଟ ରହିଥିବା ଜଣାପଡିଛି। ତଳିଆ ଅଞ୍ଚଳରେ ବର୍ଷା ଜାରି ରହିଲେ ଗଣିଆ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି ା ଏହା ଦ୍ୱାରା ଛାମୁଣ୍ଡିଆ, ରାସଙ୍ଗ, ବେଲପଡା ଓ କିସୋରପ୍ରସାଦ ପଞ୍ଚାୟତର ବହୁ ଗ୍ରାମରେ ବନ୍ୟା ପରିସ୍ଥିତି ଦେଖାଦେବା ଆଶଙ୍କା ରହିଛି ବୋଲି ନଦୀକୂଳିଆ ଗ୍ରାମବାସୀ ଆଲୋଚନା କରୁଛନ୍ତି। ଶନିବାର ଅପରାହ୍ନରେ ଗଣିଆ ବ୍ଲକର ରାସଙ୍ଗ, ଛାମୁଣ୍ଡିଆ ପତୁରିଆ ଆଦି ଗ୍ରାମର ଗହୀର ବିଲରେ ବନ୍ୟାଜଳ ପ୍ରବେଶ କରୁଥିବା ଦେଖିବାକୁ ମିଳିଛି ା ବନ୍ୟା ହେଲେ ଗଣିଆ-ବଡମୂଳ ରାସ୍ତାର ରାସଙ୍ଗଠାରୁ କେନ୍ଦୁପଲ୍ଲୀ, ମଣିଭଦ୍ରାଠାରୁ ବୃତଙ୍ଗ, ମାଳିସାହି ଠାରୁ ଛାମୁଣ୍ଡିଆ ଓ ଛାମୁଣ୍ଡିଆଠାରୁ ବଡମୂଳ ପର୍ଯ୍ୟନ୍ତ ରାସ୍ତା ଉପରେ ପାଣି ପ୍ରବାହିତ ହୋଇଥାଏ ା ଫଳରେ ଏହି ରାସ୍ତା ଦେଇ ଯାତାୟାତ ବାଧାପ୍ରାପ୍ତ ହୋଇଥାଏ ା ତେବେ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ବ୍ଲକ ପ୍ରଶାସନ ସଜାଗ ଥିବା ଜଣାପଡିଛି ା ଅପରପକ୍ଷେ ବନ୍ୟାହେଲେ ବ୍ଲକର ବଡମୂଳ, ଛାମୁଣ୍ଡିଆ ଅଞ୍ଚଳ ଜଳବନ୍ଦୀ ହୋଇ ରହୁଥିବା ବେଳେ ଏଠାରେ କୌଣସି ଓଡ୍ରାଫ ଟିମ୍‌କୁ ନିୟୋଜିତ କରାଯାଉନାହିଁ ା ହେଲେ ଗଣିଆଠାରେ ୨ଟି ଓଡ୍ରାଫ୍‌ ଟିମ୍‌ ରହୁଥିବା ଦେଖିବାକୁ ମିଳିଛି ା ଏଥିପ୍ରତି ବ୍ଲକ ପ୍ରଶାସନ ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ତରଫରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri