ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୯(ବ୍ୟୁରୋ):ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗ ଦେଇ ଓଡ଼ିଶା ଉପକୂଳକୁ ଆସିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ। ଲଘୁଚାପ ଯୋଗୁ ସୋମବାରଠାରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଚେତାବନୀ ଦିଆଯାଇଛି। ବିଶେଷକରି ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଏଥିଯୋଗୁ ପାର୍ବତ୍ୟାଞ୍ଚଳରେ ଭୂସ୍ଖଳନ ହେବା ଆଶଙ୍କା ରହିଛି। ସେହିପରି ଏହି ସମୟରେ କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି। ଅନ୍ୟପକ୍ଷେ ୨୧ ଓ ୨୨ ତାରିଖରେ ମଧ୍ୟ କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି। ବଲାଙ୍ଗୀର, ସୋନପୁର, ସମ୍ବଲପୁର, ନୂଆପଡ଼ା ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଲଘୁଚାପ ପ୍ରଭାବରେ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବ। ମଙ୍ଗଳବାର ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି।
ଘୂର୍ଣ୍ଣିବଳୟ ଯୋଗୁ ସୋମବାର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ଲାଗିରହିଛି। ଚାନ୍ଦବାଲିରେ ୩୩.୯ ମି.ମି. ବର୍ଷା ହୋଇଥିବା ବେଳେ ପାରାଦୀପ ୫୦.୩, ଭୁବନେଶ୍ୱର ୩୪, ଭବାନୀପାଟଣା ୨୦.୬, ବଲାଙ୍ଗୀର ୪୨.୪, କୋରାପୁଟ ୨୮, ନୟାଗଡ଼ ୨୬ ଓ ତାଳଚେରରେ ୩୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri