ଲଘୁଚାପ ବର୍ଷାରେ ଖଇରା ଉବୁଟୁବୁ

ଖଇରା, ୧୪।୮(ଡି.ଏନ.ଏ.)-୨ଦିନ ଧରି ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ଖଇରା ବ୍ଲକର ଦେଇ ଯାଇଥିବା ବିଭିନ୍ନ ନଦୀ ଓ ନାଳ ଉଛୁଳି ପଡିଛି ା ଏହି କାରଣରୁ ବିଭିନ୍ନ ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ବିଭିନ୍ନ ସଙ୍ଗଠନ ପକ୍ଷରୁ ପ୍ରଶାସନ ନିକଟରେ ଦାବି ଉପସ୍ଥାପନ କରାଯାଇଛି ା ଖଇରା ବଜାର ସଂଲଗ୍ନ ନାଳଗୁଡିକ ଅବରୋଧ ଯୋଗୁ ବିଭିନ୍ନ ଦୋକାନରେ ପାଣି ପଶି ବ୍ୟବସାୟୀଙ୍କୁ ଅସ୍ତବ୍ୟସ୍ତ କରିପକାଇଛି। ବିଏସଏନଏଲ ଏକ୍ସଚେଞ୍ଜ ପାଣି ପଶିବା ଯୋଗୁ ବ୍ରଡବ୍ୟାଣ୍ଡ ଓ ଟେଲି ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି ା ସେହିଭଳି ମହତୀପୁର ପଞ୍ଚାୟତ ବିଣାପୁର ଗ୍ରାମ ରାସ୍ତାରେ ୪ଫୁଟ ଉଚ୍ଚର ପ୍ରାଣି ପ୍ରବାହିତ ହେଉଥିବା ଶତାଧିକ ଗ୍ରାମବାସୀ ପାଣିଘେରରେ ରହିଛନ୍ତି। ପୂର୍ତ୍ତ ବିଭାଗ ଅପରିଣାମଦର୍ଶିତା ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ନେଇ ପୂର୍ଣ୍ଣଚନ୍ଦ୍ର ଗିରି, ବିଜୟ ପ୍ରଧାନ, ଶମ୍ବୁନାଥ ପ୍ରଧାନ, ଭାଗିରଥି ଗିରି, ଗୋବିନ୍ଦ ଦାସ ପ୍ରମୁଖ ଅଭିଯୋଗ କରିଛନ୍ତି ା ସେହିଭଳି ସୁଣ୍ଢିରା ଗ୍ରାମ ବାସୁଳି ନଦୀ ଉଛୁଳିବା ଯୋଗୁ ନଦୀ ସଂଲଗ୍ନ ଦାଶରଥି ବାରପଡା ହାଇସ୍କୁଲର ଛାତ୍ରୀଛାତ୍ରମାନେ ମଙ୍ଗଳବାର ପାଣି ଭର୍ତ୍ତୀ ୩ଶହ ମିଟର ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଚାଲିଚାଲି ଘରକୁ ଫେରିଥିବା ଜଣା ଯାଇଛି ା ଏଥିଯୋଗୁ ଅଭିଭାବକ ଓ ଶିକ୍ଷକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ା କାଂଶବାଂଶ, ପଥରକଟା, ପଥରଶୁଣି ଓ ଛାଞ୍ଚୁଣିଆ ଆଦି ନଦୀ ପୂରି ଉଠିବା କାରଣରୁ ନଦୀକୂଳିଆ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri