Posted inରାଜ୍ୟ

ଲଘୁଚାପ ବର୍ଷା ନେଲା ଜୀବନ: କାନ୍ଥ ଭୁଶୁଡି ୪ମୃତ, ୩ ଆହତ

ପୁରୀ ଅଫିସ/ଜଳେଶ୍ୱର/ରାସଗୋବିନ୍ଦପୁର/ଆଳି, (ଡି.ଏନ୍‌.ଏ.)୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଥିବାବେଳେ କାନ୍ଥ ଭୁଶୁଡ଼ି ରାଜ୍ୟର ବିଭିନ୍ନ ସ୍ଥାନରେ ୪ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ପୁରୀ ଜିଲା କୁମ୍ଭାରପଡ଼ାର ରସାନନ୍ଦ ବିଶୋଇ (୬୪), କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଗଣେଶ୍ୱରପୁରର କୈଳାସ ସାମଲ(୮୦), ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତ ଭଦୁଆ ଗ୍ରାମର ରବିନାରାୟଣ ବାରିକ(୩୩) ଏବଂ ମୟୁରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଖୁଣ୍ଟାପାଳ ଗ୍ରାମର ଦମୟନ୍ତୀ ପଲେଇ(୪୫)। ଆହାତମାନେ ହେଲେ କୈଳାସଙ୍କ ସ୍ତ୍ରୀ ମାଳତୀ ସାମଲ ଏବଂ ରବିନାରାୟଣଙ୍କ ସ୍ତ୍ରୀ ସୁମିତ୍ରା ଓ ଝିଅ ଶୁଭଲକ୍ଷ୍ମୀ।
କୁମ୍ଭକାର ନିଯୋଗର ସମ୍ପାଦକ ଥିବା ରସାନନ୍ଦ ଶ୍ରୀମନ୍ଦିରକୁ କିପରି ହାଣ୍ଡି କୁଡ଼ୁଆ ସୂଚାରୁ ରୂପେ ଯୋଗାଣ ହେବ ସେ ନେଇ ଶୁକ୍ରବାର ସକାଳେ ଶାଳଘରକୁ ଯାଉଥିବା ବେଳେ ବତୁରା ମାଟି କାନ୍ଥ ତାଙ୍କ ଉପରେ ଭୁଶୁଡି ପଡିଥିଲା। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ପୂର୍ବତନ ନଗରପାଳ ସୁରେନ୍ଦ୍ର ନାଥ ଦାଶ, ଓଡ଼ିଶା କୁରାଳ ମହାସଂଘ ରାଜ୍ୟ ସଭାପତି ସରୋଜ କୁମାର ବେହେରା, ରାଜ୍ୟ କମିଟି ସଦସ୍ୟ ମହେନ୍ଦ୍ର ବିଶୋଇ, ନିଯୋଗ ସଭାପତି ଜନାର୍ଦ୍ଦନା ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶବାଧାରରେ ପୁଷ୍ପାମାଲ୍ୟ ଅର୍ପଣ କରିଥିଲେ। ରବିନାରାୟଣ ସପରିବାର ଶୋଇଥିବାବେଳେ ରାତିରେ କାନ୍ଥ ପଡ଼ିଯାଇଥିଲା। ଗ୍ରାମବାସୀ ସେମାନଙ୍କୁ ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବାବେଳେ ସେଠାରେ ଡାକ୍ତର ରବିନାରାୟଣୁ ମୃତ ଘୋଷଣା କରିଥିଲେ। ସ୍ତ୍ରୀ ସୁମିତ୍ରା ଓ ଝିଅ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଶୁକ୍ରବାର ସକାଳେ ରୋଷେଇ କରୁଥିବାବେଳେ ଦମୟନ୍ତୀଙ୍କ ଉପରେ କାନ୍ଥ ପଡ଼ିଯିବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସେହିପରି ଗୁରୁବାର ରାତିରେ ଶୋଇଥିବାବେଳେ କାନ୍ଥ ଭୁଶୁଡ଼ିବା ଯୋଗୁ କୈଳାସ ସମ୍ପୂର୍ଣ୍ଣ ଚାପି ହୋଇଯାଇଥିବାବେଳେ ମାଳତୀଙ୍କ ଉପରେ କିଛି ଅଂଶ ପଡ଼ିଥିଲା। ମାଳତୀଙ୍କ ଚିତ୍କାର ଶୁଣି ପଡ଼ୋଶୀ ସେମାନଙ୍କୁ ଉଦ୍ଧାର କରିଥିଲେ। ଶୁକ୍ରବାର ଆଳି ତହସିଲଦାର ଓ ଆର୍‌ଆଇ ସେଠାକୁ ଯାଇଥିବାବେଳେ ପାଳିମୀ ସରପଞ୍ଚ କ୍ଷତିଗ୍ରସ୍ତ ପରିବାରକୁ ଭେଟି ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କା ପ୍ରଦାନ କରିଛନ୍ତି। ଆଳି ବିଡିଓ ରେଡ୍‌କ୍ରସ୍‌ ପାଣ୍ଠିରୁ ମୃତକଙ୍କ ପରିବାରକୁ ୧୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri