Posted inରାଜ୍ୟ

ଲଘୁଚାପ ବର୍ଷା ନେଲା ଜୀବନ: କାନ୍ଥ ଭୁଶୁଡି ୪ମୃତ, ୩ ଆହତ

ପୁରୀ ଅଫିସ/ଜଳେଶ୍ୱର/ରାସଗୋବିନ୍ଦପୁର/ଆଳି, (ଡି.ଏନ୍‌.ଏ.)୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଥିବାବେଳେ କାନ୍ଥ ଭୁଶୁଡ଼ି ରାଜ୍ୟର ବିଭିନ୍ନ ସ୍ଥାନରେ ୪ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ପୁରୀ ଜିଲା କୁମ୍ଭାରପଡ଼ାର ରସାନନ୍ଦ ବିଶୋଇ (୬୪), କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଗଣେଶ୍ୱରପୁରର କୈଳାସ ସାମଲ(୮୦), ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କାଳିକ ପଞ୍ଚାୟତ ଭଦୁଆ ଗ୍ରାମର ରବିନାରାୟଣ ବାରିକ(୩୩) ଏବଂ ମୟୁରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଖୁଣ୍ଟାପାଳ ଗ୍ରାମର ଦମୟନ୍ତୀ ପଲେଇ(୪୫)। ଆହାତମାନେ ହେଲେ କୈଳାସଙ୍କ ସ୍ତ୍ରୀ ମାଳତୀ ସାମଲ ଏବଂ ରବିନାରାୟଣଙ୍କ ସ୍ତ୍ରୀ ସୁମିତ୍ରା ଓ ଝିଅ ଶୁଭଲକ୍ଷ୍ମୀ।
କୁମ୍ଭକାର ନିଯୋଗର ସମ୍ପାଦକ ଥିବା ରସାନନ୍ଦ ଶ୍ରୀମନ୍ଦିରକୁ କିପରି ହାଣ୍ଡି କୁଡ଼ୁଆ ସୂଚାରୁ ରୂପେ ଯୋଗାଣ ହେବ ସେ ନେଇ ଶୁକ୍ରବାର ସକାଳେ ଶାଳଘରକୁ ଯାଉଥିବା ବେଳେ ବତୁରା ମାଟି କାନ୍ଥ ତାଙ୍କ ଉପରେ ଭୁଶୁଡି ପଡିଥିଲା। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ପୂର୍ବତନ ନଗରପାଳ ସୁରେନ୍ଦ୍ର ନାଥ ଦାଶ, ଓଡ଼ିଶା କୁରାଳ ମହାସଂଘ ରାଜ୍ୟ ସଭାପତି ସରୋଜ କୁମାର ବେହେରା, ରାଜ୍ୟ କମିଟି ସଦସ୍ୟ ମହେନ୍ଦ୍ର ବିଶୋଇ, ନିଯୋଗ ସଭାପତି ଜନାର୍ଦ୍ଦନା ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶବାଧାରରେ ପୁଷ୍ପାମାଲ୍ୟ ଅର୍ପଣ କରିଥିଲେ। ରବିନାରାୟଣ ସପରିବାର ଶୋଇଥିବାବେଳେ ରାତିରେ କାନ୍ଥ ପଡ଼ିଯାଇଥିଲା। ଗ୍ରାମବାସୀ ସେମାନଙ୍କୁ ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବାବେଳେ ସେଠାରେ ଡାକ୍ତର ରବିନାରାୟଣୁ ମୃତ ଘୋଷଣା କରିଥିଲେ। ସ୍ତ୍ରୀ ସୁମିତ୍ରା ଓ ଝିଅ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଶୁକ୍ରବାର ସକାଳେ ରୋଷେଇ କରୁଥିବାବେଳେ ଦମୟନ୍ତୀଙ୍କ ଉପରେ କାନ୍ଥ ପଡ଼ିଯିବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସେହିପରି ଗୁରୁବାର ରାତିରେ ଶୋଇଥିବାବେଳେ କାନ୍ଥ ଭୁଶୁଡ଼ିବା ଯୋଗୁ କୈଳାସ ସମ୍ପୂର୍ଣ୍ଣ ଚାପି ହୋଇଯାଇଥିବାବେଳେ ମାଳତୀଙ୍କ ଉପରେ କିଛି ଅଂଶ ପଡ଼ିଥିଲା। ମାଳତୀଙ୍କ ଚିତ୍କାର ଶୁଣି ପଡ଼ୋଶୀ ସେମାନଙ୍କୁ ଉଦ୍ଧାର କରିଥିଲେ। ଶୁକ୍ରବାର ଆଳି ତହସିଲଦାର ଓ ଆର୍‌ଆଇ ସେଠାକୁ ଯାଇଥିବାବେଳେ ପାଳିମୀ ସରପଞ୍ଚ କ୍ଷତିଗ୍ରସ୍ତ ପରିବାରକୁ ଭେଟି ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କା ପ୍ରଦାନ କରିଛନ୍ତି। ଆଳି ବିଡିଓ ରେଡ୍‌କ୍ରସ୍‌ ପାଣ୍ଠିରୁ ମୃତକଙ୍କ ପରିବାରକୁ ୧୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri