ଲଘୁଚାପ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି

କୁଆମରା/ଉଦଳା/ ରାସଗୋବିନ୍ଦପୁର, ୨୭।୧୦ (ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେତେକ ଅଞ୍ଚଳରେ ରାସ୍ତାରେ ପାଣି ଚାଲିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଥିଲା। ବର୍ଷାଛାଡିଥିଲେ ବି କେତେକ ଅଞ୍ଚଳରେ ଚାଷ ଜମି ଜଳମଗ୍ନ ହୋଇ ରହିିଛି। ଥୋଡ଼ ବାହାରିବା ସମୟରେ ଧାନଗଛ ପାଣିରେ ବୁଡି ରହିବାରୁ ବ୍ୟାପକ ଧାନ ଫସଲ ନଷ୍ଟ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଏହି ବ୍ଲକ ଦେଇ ପ୍ରବାହିତ ଗଙ୍ଗାହାର ନଦୀର ଖଡିକାପଦା କଲଭର୍ଟ ଉପରେ ଶୁକ୍ରବାର ସକାଳେ ପୟାୟ ୩ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହୋଇଥିଲା। ଏଥିଲାଗି କୁଆମରା-ବଡସାହି ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇ ପଡିଥିଲା। ସେହିପରି ପଶୁଦା ପଞ୍ଚାୟତର ଭୋଳପଦା ଗ୍ରାମ ଦକ୍ଷିଣ ପାର୍ଶ୍ୱ ଦେଇ ପ୍ରବାହିତ ନାଲୁହା ନଦୀରେ ଜଳପତ୍ତନ ବୃଦ୍ଧି ପାଇଥିଲା।
ଆମ ଉଦଳା ପ୍ରତିନିଧି ଜଣାଇଛନ୍ତି ଯେ, ୩ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସ୍ଥାନୀୟ ସହରାଞ୍ଚଳ ସମେତ ଗ୍ରାମାଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲା। ବଜ୍ରପାତରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଲଗାଣ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ଜଣାପଡିଛି। ଉଦଳା ତହସିଲ୍‌ ଅଧୀନ ରାଢୋ, କୋଚିଳାଡିହା, ଖଲାଡି, ଶ୍ରୀଦାମଚନ୍ଦ୍ରପୁର, ପାଟଶାଣୀପୁର, ନୂଆଗଁା, ବହୁବନ୍ଧ, ଭୀମତାଳି, ବଡଖମଣ, କୁଣ୍ଡାବାଇ, ଦୁଗୁଧା, ବଡସିଙ୍ଗାରିଆ ଆଦି ପଞ୍ଚାୟତରେ ଚାଷ ଜମିରେ ବର୍ଷା ପାଣି ଜମି ରହିଥିବାରୁ ଧାନ ଫସଲ ଅଧିକ ପ୍ରଭାବିତ ହୋଇଛି। କୃଷି ବିଭାଗ ଏବଂ ତହସିଲ କାର୍ଯ୍ୟାଳୟ କ୍ଷୟକ୍ଷତି ଅନୁଧ୍ୟାନ କରିବାକୁ କୃଷକଙ୍କ ପକ୍ଷରୁ ସ୍ବରୁପ ମହାପାତ୍ର, ପ୍ରକାଶ ବେହେରା ପ୍ରମୁଖ ଦାବି କରିଛନ୍ତି। ଆମ ରାସଗୋବିନ୍ଦପୁର ପ୍ରତିନିଧି ଜଣାଇଛନ୍ତି ଯେ, ଲଘୁଚାପ ଜନିତ ଲଗାଣବର୍ଷା ଯୋଗୁ ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳର ୨ ଦିନରେ ପ୍ରାୟ ୧୧୦ମି.ମି.ରୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହି ବ୍ଲକ ଦେଇ ପ୍ରବାହିତ ଜମ୍ଭୀରା ଓ ସାନନଦୀରେ ଜଳସ୍ତର ବୃଦ୍ଧି ପାଇଥିଲା। ନଦୀକୂଳିଆଅଞ୍ଚଳରେ ଚାଷଜମିରେ ବର୍ଷାପାଣି ଜମି ରହବାରୁ ଖରିଫ ଫସଲ ପ୍ରଭାବିତ ହୋଇଥିବା ଆଶଙ୍କା ଦେଖାଦେଇଛି। ଢିପ ଜମରେ ସ୍ବଳ୍ପମିଆଦୀ ପାଚିଲାଧାନ କ୍ଷତିଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?