ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ସପ୍ତାହ ହେବ ବର୍ଷା ଉଭାନ ହୋଇଯାଇଛି। କାଁ ଭାଁ କେଉଁଠି ଅସରାଏ କିମ୍ବା ଦି’ ଅସରା ବର୍ଷା ହେଉଛି। ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ପାଗରେ ପରିବର୍ତ୍ତନ ହେବ। ଉତ୍ତର-ପଶ୍ଚିମ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ମଧ୍ୟରାତ୍ରିରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ ଆଦି ଜିଲାରେ ପ୍ରବଳ ବର୍ଷା ହେବ। ଏପରି କି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖରେ ଲଘୁଚାପ ଦିନତମାମ ବର୍ଷିବ। ୨୮ ତାରିଖରେ ବର୍ଷା ପରିମାଣ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ କହିଛି। ଏଥିସହିତ ରାଜ୍ୟର ଅନ୍ୟାନ୍ୟ ଭାଗରେ ମଧ୍ୟ ବର୍ଷା ପରିମାଣ ବଢ଼ିବ ବୋଲି ଅନୁମାନ କରାଯାଉଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇଛି। କେନ୍ଦୁଝରରେ ୩୧.୬% ବର୍ଷା ହୋଇଥିବା ବେଳେ ବଲାଙ୍ଗୀର ୧୫ ଏବଂ କୋରାପୁଟରେ ୨୪.୨% ବର୍ଷା ରେକର୍ଡ କରାଯାଇଛି। ଜୁନ୍‌ ପହିଲାରୁ ଏ ପର୍ଯ୍ୟନ୍ତ ରାଜ୍ୟରେ ୩୨%ରୁ କମ୍‌ ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri