ରାମଗିରି,୨୭ା୮(ଡି.ଏନ୍.ଏ.)- ଗଜପତି ଜିଲା ଆର୍.ଉଦୟଗିରି ବ୍ଲକ ପଦାର ସିଂ ପଞ୍ଚାୟତ ନିକଟ କମଳାଢିଅ ପ୍ରାଥମିକ ବିଦ୍ୟାଳୟର ୨୨ଜଣ ଛାତ୍ରୀଛାତ୍ର ସୋମବାର ଲଙ୍କାକାଲ ଫଳ ଖାଇ ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣ ଗୁରୁତର ଅଛନ୍ତି। ସେମାନେ ହେଲେ ସୁନୀଲ କୁମାର ପ୍ରଧାନ (୬), ରାଜ କୁମାର ଶବର (୪), ମମତା ରଇତ (୭), ଜିତୁ ରଇତ (୮) ଓ ରଙ୍କୁ ରଇତ (୬)। ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି ା
ପ୍ରକାଶ ଯେ, ଅପରାହ୍ନ ପ୍ରାୟ ୪ଟାରେ ଉକ୍ତ ବିଦ୍ୟାଳୟ ବନ୍ଦ ହେବା ପରେ ଛାତ୍ରୀଛାତ୍ରୀ ମାନେ ବିଦ୍ୟାଳୟ ପରିସରରେ ଖେଳୁଥିଲେ। ସେଠାରେ ଥିବା ଲଙ୍କାକାଲ ଗଛରୁ ଫଳ ଖାଇବା ପରେ ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ରାମଗିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଗୁରୁତର ୫ଜଣଙ୍କୁ ପାରଳାଖେମୁଣ୍ଡି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୂର୍ବତନ ଜିଲା ପରିଷଦ ସଭ୍ୟ ତାରିଣୀ ଚରଣ ଗୌଡ଼, ପୂର୍ବତନ ସିଆର୍ସିସି ଧନୁର୍ଦ୍ଧର ଭୂୟଁା, ଏସ୍ଆଇ ନିରଞ୍ଜନ ଦାସ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ
ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ…
୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ
ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…
ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…
ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ…
Archives

