Posted inଗଜପତି

ଲଙ୍କାକାଲ ଫଳ ଖାଇ ୫ ଛାତ୍ରୀଛାତ୍ର ଗୁରୁତର

ରାମଗିରି,୨୭ା୮(ଡି.ଏନ୍‌.ଏ.)- ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ପଦାର ସିଂ ପଞ୍ଚାୟତ ନିକଟ କମଳାଢିଅ ପ୍ରାଥମିକ ବିଦ୍ୟାଳୟର ୨୨ଜଣ ଛାତ୍ରୀଛାତ୍ର ସୋମବାର ଲଙ୍କାକାଲ ଫଳ ଖାଇ ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣ ଗୁରୁତର ଅଛନ୍ତି। ସେମାନେ ହେଲେ ସୁନୀଲ କୁମାର ପ୍ରଧାନ (୬), ରାଜ କୁମାର ଶବର (୪), ମମତା ରଇତ (୭), ଜିତୁ ରଇତ (୮) ଓ ରଙ୍କୁ ରଇତ (୬)। ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଛି ା
ପ୍ରକାଶ ଯେ, ଅପରାହ୍ନ ପ୍ରାୟ ୪ଟାରେ ଉକ୍ତ ବିଦ୍ୟାଳୟ ବନ୍ଦ ହେବା ପରେ ଛାତ୍ରୀଛାତ୍ରୀ ମାନେ ବିଦ୍ୟାଳୟ ପରିସରରେ ଖେଳୁଥିଲେ। ସେଠାରେ ଥିବା ଲଙ୍କାକାଲ ଗଛରୁ ଫଳ ଖାଇବା ପରେ ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ରାମଗିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ଗୁରୁତର ୫ଜଣଙ୍କୁ ପାରଳାଖେମୁଣ୍ଡି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୂର୍ବତନ ଜିଲା ପରିଷଦ ସଭ୍ୟ ତାରିଣୀ ଚରଣ ଗୌଡ଼, ପୂର୍ବତନ ସିଆର୍‌ସିସି ଧନୁର୍ଦ୍ଧର ଭୂୟଁା, ଏସ୍‌ଆଇ ନିରଞ୍ଜନ ଦାସ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବରେ ମିଳୁଛି ଦରମା

ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ...

ମନ୍ଦିର ପୂଜାରୀଙ୍କ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦିପୁଟ,୧୪ା୪(କେ. ପ୍ରମୋଦ କୁମାର ଦୋରା)- ଗଜପତି ଜିଲା ମୋହନା ଥାନା ଅଧୀନ ଚାନ୍ଦିପୁଟ ଗ୍ରାମର ଚନ୍ଦ୍ରଶେଖର ମନ୍ଦିର ପୂଜାରୀ ଉଦୟନାଥ ମହାପାତ୍ରଙ୍କ ଘରୁ ଚୋରି ହୋଇଥିବା...

ଓଡ଼ିଶାର କ୍ଷତି, ଆନ୍ଧ୍ର ବ୍ୟବସାୟୀ ମାଲାମାଲ

ପାରଳାଖେମୁଣ୍ଡି, ୧୪ା୪ (ଗିରିଧାରୀ ପରିଛା):ଗଜପତି ଜିଲା କାଶୀନଗର ସହରର ଆଖପାଖ ଅଞ୍ଚଳରେ ଥିବା ଜମିକୁ ଆନ୍ଧ୍ରର ମାଫିଆମାନେ କିଣି ସେଥିରେ ପ୍ଲଟିଂ କରି ବ୍ୟବସାୟ କରି...

ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ...

ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ମୂଲ୍ୟବାନ ସାମଗ୍ରୀ

ପାରଳାଖେମୁଣ୍ଡି,୧୦ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କିଛି ଦିନ ବ୍ୟବଧାନ ପରେ ପୁଣି ଚୋରି ଘଟଣା ସାମନାକୁ ଆସିଛି । ପାରଳା...

ବିକାଶର ବହୁ ଦୂରରେ କିଙ୍ଗଡାଙ୍ଗ ଗ୍ରାମବାସୀ

ପାରଳାଖେମୁଣ୍ଡି,୮ା୪(ଗିରିଧାରୀ ପରିଛା): ଦେଶ ସ୍ବାଧୀନର ୭୬ବର୍ଷ ବିତି ଯାଇଥିଲେ ମଧ୍ୟ ଏଯାଏଁ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି ଗଜପତି ଜିଲାର କିଙ୍ଗଡାଙ୍ଗ ଗ୍ରାମବାସୀ। ଗୁମ୍ମା ବ୍ଲକ...

ନେତା ଭୋଟ ମାଗି ଆସିଲେ ଗାଁରେ ପୂରାଇ ଦେବୁନି

ମୋହନା,୫ା୪(ମନ୍ମଥ ମିଶ୍ର)Lପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ ବିରୋଧ କରିବୁ,...

ପାଣି ନାହିଁ ତ ଭୋଟ ନାହିଁ,

ମୋହନା,୪ା୪(ମନ୍ମଥ ମିଶ୍ର)- ପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ କାଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri