ଲଢ଼ିବାକୁ ହେବ ଲମ୍ବା ଯୁଦ୍ଧ

ନୂଆଦିଲ୍ଲୀ, ୭ା୪(ପି.ଟି.): କରୋନା ଭୂତାଣୁ ମହାମାରୀ ବିରୋଧରେ ଆମକୁ ଏକ ଦୀର୍ଘ ଯୁଦ୍ଧ ଲଢ଼ିବାକୁ ପଡିବ। ଏଥିପାଇଁ କ୍ଳାନ୍ତ ଅନୁଭବ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଭାରତ ଏହି ଲଢ଼େଇରେ ନିଶ୍ଚୟ ଜିତିବ ବୋଲି ସେ ଦୃଢ଼ତା ପ୍ରକାଶ କରିଛନ୍ତି। ଲକ୍‌ଡାଉନ ବେଳେ ଦେଶବାସୀ ଯେଭଳି ଗମ୍ଭୀରତା ଓ ପରିପକ୍ୱତା ପ୍ରଦର୍ଶନ କରିଛନ୍ତି ତାହା ଅଭୂତପୂର୍ବ। ଭାରତ ଭଳି ବିଶାଳ ଦେଶରେ ଏଭଳି ଶୃଙ୍ଖଳା ଓ ସେବା ମନୋଭାବ ପ୍ରଦର୍ଶନ କଳ୍ପନାତୀତ। ରବିବାର ରାତିରେ ୧୩୦ କୋଟି ଦେଶବାସୀ ଦୀପ ଜାଳି ରାଷ୍ଟ୍ରର ସାମୂହିକ ଶକ୍ତିକୁ ପ୍ରଦର୍ଶନ କରିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଦେଶବାସୀଙ୍କର ଏହି ସାମୂହିକ ଶକ୍ତି ଆମକୁ କରୋନା ଭୂତାଣୁ ବିରୋଧରେ ଲଢ଼େଇକୁ ଆହୁରି ମଜଭୁତ କରିଛି।
ଭାଜପାର ୪୦ତମ ପ୍ରତିଷ୍ଠା ଦିବସ ଅବସରରେ ଦଳୀୟ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କୋଭିଡ୍‌-୧୯ ବିରୋଧରେ ସରକାର ନେଉଥିବା ପଦକ୍ଷେପ ଓ ବିରୋଧୀ ଦଳଗୁଡ଼ିକର ସମାଲୋଚନାର ଉତ୍ତର ରଖିଥିଲେ। ଭାରତର ଉଦ୍ୟମ ବିଶ୍ୱ ସମ୍ମୁଖରେ ଦୃଷ୍ଟାନ୍ତ ସୃଷ୍ଟି କରିବା ସହ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଏବଂ ବିଦେଶୀ ନେତାମାନଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। କୋଭିଡ୍‌-୧୯ ମୁକାବିଲା ଲାଗି ଦେଶ ଗୋଟିଏ ପରେ ଗୋଟିଏ ନିଷ୍ପତ୍ତି ନେବା ସହ ଏହାକୁ ସଫଳତାର ସହ କାର୍ଯ୍ୟକାରୀ କରିଛି। ତେବେ ସରକାର ଭୂତାଣୁ ବିରୋଧରେ ଠିକ୍‌ ସମୟରେ ଉପଯୁକ୍ତ ପଦକ୍ଷେପ ନେଇ ନ ଥିବା କଂଗ୍ରେସ ସମାଲୋଚନା କରିଛି। ଅନ୍ତର୍ଜାତୀୟ ଯାତ୍ରୀମାନଙ୍କ ଥର୍ମାଲ ସ୍କ୍ରିନିଂ ସମେତ ବିଦେଶରେ ଥିବା ଭାରତୀୟଙ୍କୁ ଫେରାଇ ଆଣିବା, ଚିକିତ୍ସା ଭିତ୍ତିଭୂମି ସୃଷ୍ଟି କରିବା ଭଳି ପଦକ୍ଷେପ ତାଙ୍କ ସରକାର ଗ୍ରହଣ କରିଥିବା ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri