Posted inଖେଳ

ଲଢ଼େଇ କରି ହାରିଲା ଭାରତ

ଲଢ଼େଇ କରି ହାରିଲା ଭାରତ
ସିଡ୍‌ନୀ,୮।୧୨- ଘରୋଇ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ୍‌କୁ ଆଗୁଆ ଜିତିସାରିଥିବା ଭାରତୀୟ ଦଳ ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ରେ ପରାସ୍ତ ହୋଇଛି। ଅନ୍ତିମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୧୨ ରନ୍‌ରେ ବିଜୟ ହାସଲ କରିଛି। ଏଭଳି ଫଳାଫଳ ସତ୍ତ୍ୱେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୨-୧ ବ୍ୟବଧାନରେ ଜିତି ନେଇଛି ଟିମ୍‌ ଇଣ୍ଡିଆ। ଏହି ପରାଜୟ ସହ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର କ୍ରମାଗତ ବିଜୟ ଧାରାରେ ବ୍ରେକ୍‌ ଲାଗିଛି। ବିରାଟ ବାହିନୀ କ୍ରିକେଟର ସବୁଠୁ ଛୋଟିଆ ଫର୍ମାଟରେ କ୍ରମାଗତ ୯ ମ୍ୟାଚ୍‌ ଜିତିଥିଲା।

ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୮୬ ରନ୍‌ କରିଥିଲା। ଦଳ ପାଇଁ ଫର୍ମରେ ଥିବା ମାଥ୍ୟୁ ଓ୍ବେଡ୍‌ ୮୦(୭ ଚୌକା ଓ ୨ ଛକା) ଓ ଗ୍ଲେନ ମ୍ୟାକ୍ସଓ୍ବେଲ ୫୪ (୩ ଲେଖାଏ ଛକା ଓ ଚୌକା) ରନ୍‌ କରିଥିଲେ। ବୋଲିଂରେ ଭାରତ ପକ୍ଷରୁ ଓ୍ବାଶିଂଟନ ସୁନ୍ଦର ୨ ଉଇକେଟ ନେଇଥିବାବେଳେ ଟି. ନଟରାଜନ ଓ ଶାର୍ଦ୍ଦୁଳ ଠାକୁର ହାତେଇଥିଲେ ଗୋଟିଏ ଲେଖାଏ ସଫଳତା। ୧୮୭ ରନ୍‌ର ବଡ଼ ସ୍କୋର ପିଛା କରୁଥିବା ଭାରତୀୟ ଦଳ ଲାଗି କେବଳ ଅଧିନାୟକ କୋହଲିଙ୍କୁ ଛାଡ଼ି ଦେଲେ ବିଫଳ ହୋଇଥିଲେ ଅନ୍ୟ ସମସ୍ତ ବ୍ୟାଟ୍ସମ୍ୟାନ। କୋହଲି ୪ ଚୌକା ଓ ୩ ଛକା ବଳରେ ୮୫ ରନ୍‌ର ଇନିଂସ ଖେଳିଥିଲେ ମଧ୍ୟ ଦଳକୁ ଜିତାଇ ପାରି ନ ଥିଲେ। ଫଳରେ ଭାରତୀୟ ଦଳ ଶେଷ ପର୍ଯ୍ୟନ୍ତ ଖେଳି ୭ ଉଇକେଟ କ୍ଷତିରେ ୧୭୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଶିଖର ଧାଓ୍ବନ ୨୮, ହାର୍ଦ୍ଦିକ ପାଣ୍ଡ୍ୟା ୨୦ ଓ ଶାର୍ଦ୍ଦୁଳ ୧୭ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri