Posted inଜାତୀୟ

ଲଦାଖରେ ବ୍ରିଜ୍‌ ଉଦ୍‌ଘାଟନ କଲେ ରାଜନାଥ: ପାକ୍‌ ଅନୁପ୍ରବେଶ ନ ରୋକିଲେ ଠିକଣା ଜବାବ ଦିଆଯିବ

ଲେହ,୨୨ା୧୦(ପି.ଟି.): ଭାରତ ବିରୋଧୀ କାର୍ଯ୍ୟକଳାପ ବନ୍ଦ କରିବା ଲାଗି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଇସ୍‌ଲାମାବାଦ ଯଦି ଅନୁପ୍ରବେଶ ବନ୍ଦ ନ କରେ ତେବେ ଭାରତୀୟ ସେନା ଏହାର ଠିକଣା ଜବାବ ଦେବ। ସୋମବାର ରାଜନାଥ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ନିକଟବର୍ତ୍ତୀ ପୂର୍ବ ଲଦାଖର ଶ୍ୟୋକ୍‌ ନଦୀ ଉପରେ କଲୋନେଲ୍‌ ଚଓ୍ବୋଙ୍ଗ ରିନ୍‌ଚେନ୍‌ ବ୍ରିଜ୍‌ ଉଦ୍‌ଘାଟନ ଅବସରରେ ଏହା କହିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ପ୍ରତିରକ୍ଷା ମନ୍ତ୍ରୀ କହିଥିଲେ, ପଡୋଶୀ ଦେଶ ଆତଙ୍କବାଦୀ କାର୍ଯ୍ୟକୁ ସମର୍ଥନ ଦେଇ ଭାରତରେ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରୁଛି। ଭାରତୀୟ ସେନା ଏହାର ଠିକଣା ଜବାବ ଦେଇଛନ୍ତି। ରବିବାର ଭାରତୀୟ ଯବାନଙ୍କ ଜବାବୀ କାର୍ଯ୍ୟାନୁଷ୍ଠାନରେ ପିଓକେରେ ୩ଟି ଆତଙ୍କବାଦୀ ଶିବିର ଧ୍ୱଂସହେବା ସହ ଅନେକ ଆତଙ୍କବାଦୀ ଓ ୧୦ ପାକ୍‌ ସୈନ୍ୟ ନିହତ ହୋଇଥିଲେ। ଡର୍‌ବୁକ ଓ ଦୌଲତ ବେଗ୍‌ ଓଲ୍‌ଡିକୁ ସଂଯୋଗ କରୁଥିବା ଚଓ୍ବୋଙ୍ଗ ରିନ୍‌ଚେନ୍‌ ବ୍ରିଜ୍‌ ସୀମା ସଡ଼କ ସଂଗଠନ (ବିଆର୍‌ଓ) ପକ୍ଷରୁ ନିର୍ମାଣ କରାଯାଇଛି। ଦୀର୍ଘ ୩୫ ବର୍ଷ ପରେ ପର୍ଯ୍ୟଟକଙ୍କ ପାଇଁ ସିଆଚେନ୍‌ ଖୋଲାଯାଇଥିବା ରାଜନାଥ କହିଛନ୍ତି। ଉଦ୍‌ଘାଟନ ଉତ୍ସବରେ ସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ, ଉତ୍ତରାଞ୍ଚଳ କମାଣ୍ଡ ମୁଖ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ ରଣବୀର ସିଂ, ଲଦାଖ ଏମ୍‌ପି ଜମ୍ୟାଙ୍ଗ ସେରିଙ୍ଗ୍‌ ନମଗ୍ୟାଲ୍‌ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?