ଲମ୍ବା ରେସ୍‌ର ଘୋଡ଼ା

”ଏ ତ ଟ୍ରେଲର, ପୂରା ଫିଲ୍ମ ତ ବାକି ଅଛି। ନା ମୁଁ ତୋତେ କେବେ ମା’ ବନିବାର ସୁଯୋଗ ଦେବି ନା କେବେ ଭଲ ସ୍ତ୍ରୀର ମାନ୍ୟତା ଦେବି। ତୁ ଭଲ ବୋହୂ ହୋଇପାରିବୁନି କି କେବେ କାହାର ଭଲ ଭଉଣୀ ହୋଇପାରିବୁନି। ନାରୀ ଜନ୍ମର ସାର୍ଥକତା ହେବ ତୋ ପାଇଁ ସାତ ସପନ। ପ୍ରତି ମୁହୂର୍ତ୍ତରେ ନିଜ ଭାଗ୍ୟକୁ ଘୃଣା କରିବୁ ଆଉ ଭାବିବୁ ତୁ ଏ ଧରାପୃଷ୍ଠରେ ଭଗବାନଙ୍କର ଗୋଟିଏ ଅଭିଶାପ।“ ଏପରି ଏକ ଛାତିଥରା ଡାଏଲଗ୍‌ ତାଙ୍କୁ ଚର୍ଚ୍ଚାର ପରିସରକୁ ଆଣିଛି। ଅପେରା ଜଗତରେ ସେ ଚଳିତ ସିଜନରେ ପାଦ ଦେଇଛନ୍ତି। ହେଲେ ପ୍ରଥମ ନାଟକରୁ ହିଁ ସେ ନିଜର ଦମ୍‌ ଦେଖାଇ ସାଉଁଟି ଚାଲିଛନ୍ତି ଯାତ୍ରାପ୍ରେମୀଙ୍କ ପ୍ରଶଂସା। ଏହି ଅଭିନେତା ଜଣକ ହେଲେ ସନ୍ଦୀପ କୁମାର ଦାସ ଏବଂ ନାଟକଟି ହେଲା ଅନ୍ୟତମ ଅଗ୍ରଣୀ ଅପେରା ପାର୍ଟି ବାଘାଯତୀନ ଲୋକନାଟ୍ୟ ଦ୍ୱାରା ଚଳିତ ଯାତ୍ରା ସିଜନରେ ପରିବେଷିତ ତଥା ଅରୁଣ ନାୟକଙ୍କ ରଚିତ ଏବଂ ମହେଶ ହାଜରାଙ୍କ ନିର୍ଦ୍ଦେଶିତ ‘ସୀତାର ଜଳୁଛି ଚିତା’। ଏହି ନାଟକରେ ସନ୍ଦୀପ ଏକ ଦମଦାର ନେଗେଟିଭ ଚରିତ୍ର (ମୃଗେଶ ମାନସିଂ)ରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ଅପେରା ପାର୍ଟିରେ ଏଣ୍ଟ୍ରି କରିବା ପଛରେ ନିର୍ଦ୍ଦେଶକ ମହେଶଙ୍କ ଭୂମିକାକୁ ସର୍ବାଗ୍ରେ ସ୍ମରଣ କରନ୍ତି ସେ। ‘ଟିଟନ ସାର୍‌ଙ୍କ ଆକ୍ଟିଂ ଇନଷ୍ଟିଚ୍ୟୁଟ୍‌ରୁ ପାସ୍‌ କରିବା ପରେ ମୋତେ ସିଧାସଳଖ ଏହି ସୁଯୋଗ ମିଳିଛି। ଏଥିପାଇଁ ଟିଟନ ସାର୍‌, ମହେଶ ସାର୍‌, ନିର୍ଦ୍ଦେଶକ ଆଶୁତୋଷ ସାର୍‌ (ମହାପାତ୍ର) ଏବଂ ଗୁରୁ ପ୍ରଣୟ ସାହୁଙ୍କ ପ୍ରେରଣାକୁ ମୁଁ କଦାପି ଭୁଲି ପାରିବି ନାହିଁ। ଆଉ ଏକ ସଂଯୋଗ-ମୁଁ ବାଘାଯତୀନ ଲୋକନାଟ୍ୟର ଅନେକ ନାଟକ ଦେଖିଛି। ପୁଣି ସେହି ପାର୍ଟିରୁ ମୁଁ ମୋର ଅପେରା କ୍ୟାରିୟର ଆରମ୍ଭ କରୁଛି। ’ ବାଲେଶ୍ୱର ଜିଲା ଖନ୍ତାପଡା ଅନ୍ତର୍ଗତ ପଦାଗଁା ଗ୍ରାମରେ ଜନ୍ମିତ (ମା-ଗୀତାଞ୍ଜଳି ଦାସ, ବାପା-କ୍ଷିତିଶ କୁମାର ଦାସ) ତଥା ଏମବିଏ ଡିଗ୍ରୀ ହାସଲ କରିଥିବା ସନ୍ଦୀପଙ୍କ ଆଗରେ ଲମ୍ବା ଆକ୍ଟିଂ କ୍ୟାରିୟର। ନିଜ ଫିଗର ଅନୁସାରେ ନେଗେଟିଭ ରୋଲକୁ ପ୍ରାଥମିକତା ଦେବି ବୋଲି କହନ୍ତି ଅପେରା ଜଗତର ଏହି ଲମ୍ବା ରେସ୍‌ର ଘୋଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri