ଲରମ୍ଭା ପୋଲିସ ଦ୍ୱାରା ୨୭ ଦାଦନ ଶ୍ରମିକ ଉଦ୍ଧାର, ଘଟଣାସ୍ଥଳରୁ ସର୍ଦ୍ଦାର ଫେରାର

ପାଟଣାଗଡ,୨୫।୧୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ପାଟଣାଗଡ ଉପଖଣ୍ଡସ୍ଥ ଲରମ୍ଭା ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ୨୭ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଉକ୍ତ ଥାନା ଅନ୍ତର୍ଗତ ଜୁରିଆ ଗ୍ରାମଠାରେ କିଛି ଦାଦନ ଶ୍ରମିକ ଅନ୍ୟ ଜିଲା ଆସ୍କାକୁ ଇଟା ଗଢିବାକୁ ଯାଉଥିବା ପୋଲିସ ଖବର ପାଇଥିଲା। ପରେ ଚଢ଼ାଉ କରି ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇଛି। ଶ୍ରମିକମାନଙ୍କ ମଧ୍ୟରେ ୧୨ ଜଣ ପୁରୁଷ ଏବଂ ୧୦ ଜଣ ମହିଳା, ୫ ଜଣ ଛୋଟ ଶିଶୁ ଅଛନ୍ତି। ଉଦ୍ଧାର ହୋଇଥିବା ଶ୍ରମିକ ମାନେ ଖପ୍ରାଖୋଲ ବ୍ଲକ ଅନକାମରା ଏବଂ ଛତିଶଗଡ ରାଜ୍ୟ ରାୟଗଡ ଜିଲାର ଡୁମେରପାଲି ଗ୍ରାମର ରହିଥିବା ଜଣାଯାଇଛି। ତେବେ ଘଟଣାସ୍ଥଳରୁ ଦାଦନ ସର୍ଦ୍ଦାର ଫେରାର ହୋଇଥିବା ବେଳେ ଉଦ୍ଧାର ଶ୍ରମିକ ମାନଙ୍କୁ ଲରମ୍ଭା ଥାନାକୁ ନିଆଯାଇଛି।

ସୂଚନାଯୋଗ୍ୟ, ଖପ୍ରାଖୋଲ ଥାନା ଅନ୍ତର୍ଗତ ଡୁଡ଼ୁକିପଦର ଗ୍ରାମର ସର୍ଦ୍ଦାର ଅଙ୍ଗଦ ସିଂ କୁମ୍ଭାର ଶ୍ରମିକମାନଙ୍କୁ ୨୫ ହଜାର ଟଙ୍କାରୁ ଆରମ୍ଭ କରି ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅଗ୍ରିମ ଆକାରରେ ଦେଇଥିବା ଶ୍ରମିକ ମାନେ କହିଛନ୍ତି। ଲରମ୍ଭା ପୋଲିସ ବେଲପଡାଠାରେ ଥିବା ଶ୍ରମ ବିଭାଗର ଗ୍ରାମୀଣ ଶ୍ରମ ନିରୀକ୍ଷକ ଦିବ୍ୟଶଙ୍କର ଧରୁଆଙ୍କୁ ଖବର ଦେବାପରେ ଶ୍ରମ ନିରିକ୍ଷକ ଲରମ୍ଭା ଥାନାରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି। ଲରମ୍ଭା ପୋଲିସ ସର୍ଦ୍ଦାର ଅଙ୍ଗଦଙ୍କ ନାମରେ ଏକ ମାମଲା ରୁଜୁ କରି ସମସ୍ତ ଶ୍ରମିକମାନଙ୍କୁ ସେମାନଙ୍କ ଘରକୁ ପଠାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri