ଲଲାଟ ଇନ୍ଦୁ ପରିଜାଙ୍କ ଦେହାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଲଲାଟ ଇନ୍ଦୁ ପରିଜାଙ୍କର ସୋମବାର କଟକସ୍ଥିତ ଏକ ଘରୋଇ ନର୍ସିଂହୋମରେ ହୃଦଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ପରିଜା ତାଙ୍କ କାର୍ଯ୍ୟକାଳ ମଧ୍ୟରେ ବିଭିନ୍ନ ପ୍ରମୁଖ ବିଭାଗର ସଚିବ ଭାବେ ଦାୟିତ୍ୱ ତୁଲାଇବା ସହ ଦୁଇ ଥର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଖ୍ୟାତନାମା ବୈଜ୍ଞାନିକ ତଥା ବିଶିଷ୍ଟ ଉଦ୍ଭିଦ ବିଜ୍ଞାନୀ ପ୍ରାଣକୃଷ୍ଣ ପରିଜାଙ୍କର ସେ ସୁପୁତ୍ର ଥିଲେ। ସ୍ବର୍ଗତ ପରିଜା ଏକାଧାରରେ ଜଣେ ବରିଷ୍ଠ ପ୍ରଶାସକ, ସୁବକ୍ତା, ଉଚ୍ଚକୋଟୀର କ୍ରିକେଟ ଖେଳାଳି ଏବଂ ପ୍ରମୁଖ ସ୍ତମ୍ଭକାର ଭାବେ ଜଣାଶୁଣା ଥିଲେ। ସେ ଓଡ଼ିଶା ରଣଜୀ କ୍ରିକେଟ ଦଳର ଅଧିନାୟକ ମଧ୍ୟ ରହିଥିଲେ। ଗତ ମାର୍ଚ୍ଚ ମାସରେ ପରିଜାଙ୍କ ଲିଖିତ ପୁସ୍ତକ ‘ଫେଟ୍‌ ଟେକ୍‌ସ ଏ ହ୍ୟାଣ୍ଡ’ ଉନ୍ମୋଚନ ହୋଇଥିଲା। ଏହି ପୁସ୍ତକରେ ସେ ଓଡ଼ିଶା ସରକାରଙ୍କ ଅଧୀନରେ ନିଜ ୪୦ ବର୍ଷର ପ୍ରଶାସନିକ ଜୀବନ ଉପରେ ଆଲୋକପାତ କରିଛନ୍ତି। ଜିଲାପାଳ ପଦବୀଠାରୁ ଆରମ୍ଭ କରି ମୁଖ୍ୟ ଶାସନ ସଚିବ ପଦବୀରେ ରହି ସେ ନିଜ କର୍ତ୍ତବ୍ୟ ବେଶ୍‌ ସମ୍ପାଦନ କରିଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ଦୁଇ ପୁତ୍ର ଭରତ ଇନ୍ଦୁ ପରିଜା, ଜଗତ ଇନ୍ଦୁ ପରିଜା, ଦୁଇ ପୁତ୍ରବଧୂ, ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ। ମନ୍ତ୍ରୀ ରଘୁ ନନ୍ଦନ ଦାସ, ପୂର୍ବତନ ପ୍ରଶାସନିକ ଅଧିକାରୀ ଅଶୋକ ମହାନ୍ତି, ଜିଲାପାଳ ଭବାନୀ ଶଙ୍କର ଚୟନୀ, ପୂର୍ବତନ ପୋଲିସ ଡିଜି ଗୋପାଳ ନନ୍ଦ, ଜେଲ ଆଇଜି ସତ୍ୟଜିତ ମହାନ୍ତି, ପୂର୍ବତନ ବିଚାରପତି ସି.ଆର. ପାଲ, ଓପିଏସ୍‌ସି ଅଧ୍ୟକ୍ଷ ଏଲ.ସି. ପଟ୍ଟନାୟକ, ପୂର୍ବତନ ମୁଖ୍ୟ ଶାସନ ସଚିବ ଆର.ଏନ. ଦାସଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚତ୍ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। କଟକ ଖାନ୍‌ନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ପରିଜାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri