Posted inଜାତୀୟ

ଲସ୍କର-ଇ-ତୋଏବାର ହିଟ୍‌ ଲିଷ୍ଟରେ ମୋଦି, ବିରାଟ

ନୂଆଦିଲ୍ଲୀ,୨୯।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡ଼ିଛନ୍ତି ଆତଙ୍କବାଦୀ ସଂଗଠନ। ଏହାପରେ ଭାରତରେ ଆତଙ୍କବାଦୀ ସଂଗଠନ ପକ୍ଷରୁ ଅଲ୍‌-ଇଣ୍ଡିଆ ଲସ୍କର-ଇ-ତୋଏବା ନାଁରେ ଏକ ନୂଆ ସଂଗଠନ ଲଞ୍ଚ୍‌ କରାଯାଇଛି। ଏଥିସହ ସଂଗଠନ ପକ୍ଷରୁ ଏକ ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାରତୀୟ କ୍ରିକେଟର ଅଧିନାୟକ ବିରାଟ କୋହଲି, ରାଷ୍ଟ୍ରପତି, ସ୍ବରାଷ୍ଟ୍ରମନ୍ତ୍ରୀ, ଅର୍ଥମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ନାଁ ରହିଛି। ଏଥିସହ ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା, ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଓ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ନାଁ ମଧ୍ୟ ରହିଛି। ତେବେ ତାଲିକାର ସବୁଠାରୁ ଆଗରେ ମୋଦି ଓ ବିରାଟଙ୍କ ନାଁ ରହିଥିବା ଜଣାପଡ଼ିଛି। ଅନ୍ତଃରାଷ୍ଟ୍ରୀୟ ସ୍ତରରେ ପାକିସ୍ତାନ ଉପରେ ଚାପ ପଡ଼ିବା ପରେ ଏବଂ ଭାରତୀୟ ସେନାଙ୍କ ଦ୍ୱାରା ନିହତ ହୋଇଥିବା ଆତଙ୍କବାଦୀଙ୍କ ପ୍ରତିଶୋଧ ନେବା ପାଇଁ ଏହି ନୂଆ ସଂଗଠନ କରାଯାଇଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି। ତେବେ ପ୍ରଥମଥର ପାଇଁ ଆତଙ୍କବାଦୀଙ୍କ ଟାର୍ଗେଟରେ ଜଣେ କ୍ରିକେଟର ମଧ୍ୟ ରହିଛନ୍ତି। ଆସନ୍ତା ସପ୍ତାହରେ ଦିଲ୍ଲୀରେ ମ୍ୟାଚ ହେବାକୁ ଥିବା ବେଳେ ଏଥିରେ ବିରାଟ ଭାଗ ନେବେ। ଏହି ତାଲିକାକୁ ଏନ୍‌ଆଇଏ କାର୍ଯ୍ୟାଳକୁ ପଠାଯାଇଛି। ଆଉ ଏଥିରେ ପଠାଇଥିବା ବ୍ୟକ୍ତିଙ୍କ ସ୍ଥାନ ଅଲ୍‌ ଇଣ୍ଡିଆ ଲସ୍କର-ଇ-ତୋଏବା ହାଇ ପାଓ୍ବାର କମିଟି କେରଳର କୋଝିକୋଡ ବୋଲି ଲେଖା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri