ଲାଉମୁଣ୍ଡାେରେ ଭାଜପାର ରୋଡ୍‌ ଶୋ’: ପୂର୍ବତନ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ବିଜେପୁର, ୧୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁଁ ଭାଜପା ତାର ପ୍ରଚାର ଅଭିଯାନକୁ ଜୋରଦାର୍‌ କରିଛି। ଏହିକ୍ରମରେ ଶୁକ୍ରବାର ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲାଉମୁଣ୍ଡାରେ ରୋଡ୍‌ ଶୋ’ କରିଛନ୍ତି। ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସଭା ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଯୋଗଦେଇ ଧାନର ଅଭାବୀ ବିକ୍ରି, ପାଇଖାନା ନିର୍ମାଣରେ ପିସି କାରବାର ଚାଲିଥିବା କହିଛନ୍ତି। ଦୀର୍ଘ ୨୦ ବର୍ଷଧରି ରାଜ୍ୟରେ ଶାସନ କଲେ ମଧ୍ୟ ମୋ ସରକାର ଯୋଜନା ପ୍ରଣୟନ କରିବା କେତେ ଦୂର ଠିକ୍‌ବୋଲି ମନ୍ତ୍ରୀ ପ୍ରଧାନ ପ୍ରଶ୍ନ କରିଥିଲେ। ପ୍ରାର୍ଥୀ ସନତ କୁମାର ଗଡତୀୟାଙ୍କୁ ଭୋଟ୍‌ଦେଇ ଜୟଯୁକ୍ତ କରିବାକୁ ମତଦାତାମାନଙ୍କୁ ସେ ନିବେଦନ କରିଥିଲେ। ଏମ୍‌ପି ସୁରେଶ ପୁଜାରୀ ଏହି ଉପନିର୍ବାଚନକୁ ବୋଲଡୋଜର ସହିତ ତୁଳନା କରିଥିଲେ। ଏଥିରେ ବିଜୟୀ ହେଲେ ମଧ୍ୟ ଆମେ ସରକାର ଗଠନ କରିପାରିବୁ ନାହିଁ। ହେଲେ ଆଗାମୀ ଦିନରେ ନବୀନ ସରକାରକୁ ଧକ୍କା ଦେଇ ଓଡିଶାରେ ଭାଜପା ସରକାର ଗଠନ ପାଇଁ ରାସ୍ତା ପରିଷ୍କାର ହେବବୋଲି ପୁଜାରୀ ମତଦାତାମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ବସନ୍ତ ପଣ୍ଡା, ବିଧାୟକ ମୁକେଶ ମହାଲିଙ୍ଗ, ବିଧାୟିକା କୁସୁମ ଟେଟେ, ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ଅଶ୍ବିନୀ ଷଡ଼ଙ୍ଗୀ, ମିଲନ ସେଠ ମଞ୍ଚାସୀନ ଥିଲେ। ଭାଜପାର ଏହି ହାଇପ୍ରୋଫାଲ ପ୍ରଚାରରେ ପୂର୍ବତନ ବିଧାୟକ ଅଶୋକ କୁମାର ପାଣିଗ୍ରାହୀଙ୍କ ଅନୁପସ୍ଥିତି ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri