ଲାଗିଛି ନିମ୍ନମାନର ଡଷ୍ଟବିନ୍‌ ଷ୍ଟାଣ୍ଡ

କାଶୀନଗର,୨୪ା୨(ଡି.ଏନ୍‌.ଏ.) ଗଜପତି ଜିଲା କାଶୀନଗର ଏନ୍‌ଏସିରେ ସଫେଇ କାର୍ଯ୍ୟ ବନ୍ଦ ରହିଥିବା ଯୋଗୁ ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଦେଖିବାକୁ ମିଳୁଛି। ଏଥିପାଇଁ ଅଞ୍ଚଳରେ ଘୁଷୁରିଙ୍କ ଉପଦ୍ରବ ପୁଣି ବଢ଼ିଛି। ତେବେ ଲୋକେ ଅଳିଆ ଆବର୍ଜନା ବାହାରେ ନ ଫୋପାଡ଼ି ଡଷ୍ଟବିନ୍‌ରେ ପକାଇବା ପାଇଁ ପଦକ୍ଷେପ ନିଆଯାଉଥିବା ଜଣାପଡ଼ିଛି। ଡଷ୍ଟବିନ୍‌ ସ୍ଥାପନ ପାଇଁ ଷ୍ଟାଣ୍ଡ ପୋତାଯାଉଥିବାବେଳେ ଏଥିରେ ଡଷ୍ଟବିନ୍‌ଗୁଡ଼ିକ ଝୁଲି ରହିବ ବୋଲି ଏନ୍‌ଏସି ପକ୍ଷରୁ କୁହାଯାଉଛି। ହେଲେ ଏହି ଷ୍ଟାଣ୍ଡଗୁଡ଼ିକ ଅତି ହାଲୁକା ହୋଇଥିବାବେଳେ ଏଗୁଡ଼ିକ ଅଳିଆ ଡଷ୍ଟବିନ୍‌ର ଓଜନ ସମ୍ଭାଳିବା ପାଇଁ ଅନୁପଯୁକ୍ତ ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏପରିକି ପ୍ରାୟ ୩ ଇଞ୍ଚ ଖୋଳି ଏହି ଷ୍ଟାଣ୍ଡ ପୋତି ନିମ୍ନମାନର କାମ କରାଯାଉଥିବା ସେମାନେ କହିଛନ୍ତି। ଏ ବିଷୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱରେ ଥିବା ଏବିଡିଓ ରାଜେନ୍ଦ୍ର ପ୍ରସାଦ ପଣ୍ଡା କହିଛନ୍ତି, ଯଦି ଲୋକେ ଅଭିଯୋଗ କରୁଛନ୍ତି ତେବେ କାମ ଠିକ୍‌ାଭାବେ ହେଉଛି କି ନାହିଁ ଦିନେ ଦୁଇଦିନ ମଧ୍ୟରେ ଦେଖି ପରବର୍ତ୍ତୀ ପଦକ୍ଷେପ ନିଆଯିବ। ସେହିପରି ୧୧ନମ୍ବର ଓ୍ବାର୍ଡ ଷ୍ଟେଟ୍‌ବ୍ୟାଙ୍କ୍‌ ଛକ ସାହିରେ ପୂର୍ବରୁ ଡଷ୍ଟବିନ୍‌ ନ ଥିବାବେଳେ ଏବେ ମଧ୍ୟ ନାହିଁ। ଫଳରେ ଲୋକେ ଏନ୍‌ଏସି କାର୍ଯ୍ୟାଳୟକୁ ଯାଇ ଏ ନେଇ ଜଣାଇଥିଲେ। ହେଲେ କୌଣସି ସୁଫଳ ମିଳି ନ ଥିବା ସେମାନେ କହିଛନ୍ତି। ଡଷ୍ଟବିନ୍‌ କାହିଁକି ମିଳିବନି ବୋଲି ପଚାରିଲେ କମ୍ପ୍ୟୁଟର୍‌ ପ୍ରୋଗ୍ରାମର୍‌ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ପଚାରି କହିବି ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ କହୁଛନ୍ତି। ତେବେ ସ୍ବଚ୍ଛତା ତଥା ବିକାଶମୂଳକ କାର୍ଯ୍ୟରେ କମ୍ପ୍ୟୁଟର ପ୍ରୋଗ୍ରାମର୍‌ଙ୍କ ସମ୍ପର୍କ କ’ଣ ବୋଲି ସେମାନେ ପ୍ରଶ୍ନ ଉଠାଇଛନ୍ତି। ଉଲ୍ଲେଖଯୋଗ୍ୟ, ଏନ୍‌ଏସି ଏବେ ସିଧାସଳଖ ପ୍ରଶାସନ ଅଧୀନରେ ରହିଥିବାବେଳେ ଏଭଳି କାର୍ଯ୍ୟ ନେଇ ଦୃଷ୍ଟି ଦେବା ସହ ସମସ୍ୟାର ସମାଧାନ ପାଇଁ ଅଞ୍ଚଳବାସୀ ଓ ବୁଦ୍ଧିଜୀବୀଙ୍କ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri