ଲାଗିଲା କଟକଣା: ସମୁଦ୍ରରୁ ମାଛ ଧରା ୨ ମାସ ବନ୍ଦ

ପାରାଦୀପ, ୧୭।୪ (ସ୍ବ.ପ୍ର.)- କରୋନା ଭୂତାଣୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏବେ କେତେକ କ୍ଷେତ୍ରରେ ନିୟମ କୋହଳ କରାଯାଇଛି। ସେଥିମଧ୍ୟରେ ମାତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଇପାରିବେ ବୋଲି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଅନ୍ୟପଟେ ରାଜ୍ୟ ମତ୍ସ୍ୟ ବିଭାଗ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ୨ ମାସ ପାଇଁ ମାଛଧରା ଉପରେ କଟକଣା ଜାରି କରାଯାଇଛି। ଗତ ୭୯ ତାରିଖରେ ମତ୍ସ୍ୟ ବିଭାଗ ବିଜ୍ଞପ୍ତି ନଂ. ୫୯୯ରେ ଦର୍ଶାଇଛନ୍ତି ଯେ, ଓଡ଼ିଶା ସାମୁଦ୍ରିକ ମାଛ ଧରା ନିୟମ ଅନୁସାରେ ଏପ୍ରିଲ ୧୫ରୁ ଜୁନ୍‌ ୧୬ ତାରିଖ ପର୍ଯ୍ୟନ୍ତ ସାମୁଦ୍ରିକ ମାଛଧରା ଉପରେ କଟକଣା ଲାଗୁ କରାଗଲା। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ଅନ୍ୟପଟେ କରୋନା ପାଇଁ ବିଦେଶକୁ ମାଛ ରପ୍ତାନୀ ହୋଇପାରୁ ନ ଥିବାରୁ ଗତ ୨୦ ତାରିଖରୁ ମାଛ ଧରାବନ୍ଦ ରହିଥିବା ବେଳେ ମତ୍ସ୍ୟ ବିଭାଗ କଟକଣା ଯୋଗୁ ମତ୍ସ୍ୟଜୀବୀମାନେ ଏବେ ବି ସମୁଦ୍ରକୁ ଯାଇପାରିବେ ନାହିଁ ବୋଲି ମାଛଧରା ଟ୍ରଲର ମାଲିକ ଅରବିନ୍ଦ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri