ଲାଗିଲା ପୋଷ୍ଟର: କରୋନା ସଂକ୍ରମଣର ବାହକ ନ ହେବାକୁ ମାଓବାଦୀଙ୍କୁ ଆହ୍ବାନ

କୋକସରା, ୩୧।୩,(ଡି.ଏନ.ଏ.): କଳାହାଣ୍ଡି ଓ ନବରଙ୍ଗପୁର ଜଲା ସୀମାନ୍ତ ଆମପାଣି ଘାଟି ବିରିମୁହାଣ ଛକ ସମେତ ଆନ୍ଦିଝରନ, ଝୁଲେନବର, କୁଟ୍ରୁଠାରେ ମାଓବାଦୀଙ୍କ ଉଦ୍ଦେଶ୍ୟରେ ଫୋଷ୍ଟର ଲାଗିଛି। ପୋଷ୍ଟରେ ସଚେତନ ନାଗରିକ ମଞ୍ଚ ଓ ବିଶ୍ୱ ଆରୋଗ୍ୟ ଚେତନା ସମିତି ଉଲ୍ଲେଖ ରହିଛି। ଏଥିରେ ମାଓବାଦୀ ମାନଙ୍କୁ ଗାଁଗାଁ ବୁଲି ସଂକ୍ରମଣର ବାହକ ନ ହୋଇ ପୋଲିସ ପ୍ରଶାସନ ପାଖରେ ଆତ୍ମସମର୍ପଣ କରି ନିଜ ଜୀବନକୁ ସଂକ୍ରମଣରୁ ବଞ୍ଚାନ୍ତୁ ବୋଲି ଉକ୍ତ ପୋଷ୍ଟରରେ ଉଲ୍ଲେଖ ରହିଛି। ସଚେତନ ନାଗରିକ ମଞ୍ଚ ଓ ବିଶ୍ୱ ଆରୋଗ୍ୟ ଚେତନା ସମିତି ଉଲ୍ଲେଖ ଥିବା ପୋଷ୍ଟରରେ ଲେଖାଯାଇଛି ଯେ, ଜଙ୍ଗଲରେ ବୁଲୁଥିବା ମାଓବାଦୀମାନେ ଅନ୍ୟ ରାଜ୍ୟରୁ ଆସିଛନ୍ତି। ତେଣୁ ସେମାନଙ୍କ ଦ୍ୱାରା କରୋନା ଭୂତାଣୁ ବ୍ୟାପିବାର ଆଶଙ୍କା ଅଛି। ତେଣୁ ଜଙ୍ଗଲ ତଳି ଗଁାଲୋକେ ମାଓବାଦୀଙ୍କ ସଂସ୍ପର୍ଶ୍ୱରେ ଆସନ୍ତୁ ନାହି। ମାଓବାଦୀଙ୍କ ଦ୍ୱାରା ଆହୂତ ସଭା ସମିତିରେ ଯୋଗ ଦିଅନ୍ତୁ ନାହିଁ। ଏନେଇ ଆମପାଣି ଥାନା ଅଧିକାରୀ ପୁଷ୍ପାଞ୍ଜଳି ନିଙ୍ଗିଙ୍କୁ ପଚାରିବାରୁ ପୋଷ୍ଟର ମାରିଥିବା ଘଟଣା ସତ। ତେବେ ଏହାକୁ କିଏ ଲଗାଇଛି ଓ ଏହାର ଉଦ୍ଦେଶ୍ୟ କଣ ତାହା ସ୍ପଷ୍ଟ ହୋଇନାହିଁ। ଘଟଣାର ତଦନ୍ତ ଚାଲିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ପୁଣିଥରେ ସଂକ୍ରମିତ ହେବା ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ…

କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍‌ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍‌ସିକ ଯାଞ୍ଚ ଦାବିକଲା…

ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍‌…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri