ଲାଞ୍ଚ ନେଇ ଆର୍‌ଡି କିରାଣି ଗିରଫ

ଫୁଲବାଣୀ ଅଫିସ, ୧୩ା୨-କାମ କରୁନି ସରକାରଙ୍କ ୫-ଟି ଫର୍ମୁଲା । ସାଧାରଣ ଲୋକଙ୍କୁ ସରକାରୀ କର୍ମଚାରୀମାନେ ହଇରାଣ କରିବା କଥା ଛାଡ, ଖୋଦ ନିଜ ବିଭାଗର କର୍ମଚାରୀଙ୍କୁ ବି ଛାଡୁ ନାହାନ୍ତି। ଅବସରକାଳୀନ ସହାୟତା ଏବଂ ପେନସନ୍‌ କରିଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗ୍ରାମ ନିର୍ମାଣ ବିଭାଜନ(ଆର୍‌ଡି)ର ଜଣେ କନିଷ୍ଠ କିରାଣି ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ହେଲେ ଅମୂଲ୍ୟ କୁମାର ସାହୁ। ଭିଜିଲାନ୍ସ କର୍ମଚାରୀ ଅମୂଲ୍ୟଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛନ୍ତି। ଏଥିସହ ଫୁଲବାଣୀ ସହର କେନ୍ଦୁପଦରସ୍ଥିତ ତାଙ୍କ ଘର ଉପରେ ମଧ୍ୟ ଚଢ଼ାଉ କରାଯାଇଛି ।
ରାଇକିଆର ଶଙ୍କର୍ଷଣ ଶତପଥୀ ଆର୍‌ଡି ବିଭାଗରେ କାର୍ଯ୍ୟ କରି ଅବସର ଗ୍ରହଣ କରିଛନ୍ତି। ପେନ୍‌ସନ ଏବଂ ଅନ୍ୟାନ୍ୟ ଅବସରକାଳୀନ ସହାୟତା ପାଇଁ କାର୍ଯ୍ୟାଳୟରେ ସେ ଆବେଦନ କରି ଆସୁଥିଲେ । ଫାଇଲ କାର୍ଯ୍ୟ ସାରିବା ଲାଗି ଶଙ୍କର୍ଷଣଙ୍କୁ କନିଷ୍ଠ ଯନ୍ତ୍ରୀ ଅମୂଲ୍ୟ ୫,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ । ଏ ନେଇ ଶଙ୍କର୍ଷଣ ଭିଜିଲାନ୍ସ କାର୍ଯ୍ୟାଳୟରେ ଜଣାଇଥିଲେ। ଯୋଜନା ମୁତାବକ ଗୁରୁବାର ସେ ଆର୍‌ଡି କାର୍ଯ୍ୟାଳୟକୁ ଯାଇ କିରାଣି ଅମୂଲ୍ୟଙ୍କୁ ୫ହଜାର ଟଙ୍କା ଦେଇଥିଲେ । ତେବେ ସେଠାରେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ଅମୂଲ୍ୟଙ୍କ ପାଖରୁ ଉକ୍ତ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଥିଲେ । ଏ ନେଇ ଭିଜିଲାନ୍ସ ପକ୍ଷରୁ ନଂ.୪/୨୦ରେ ମାମଲା ରୁଜୁ ହୋଇଛି । ଭିଜିଲାନ୍ସ ଡିଏସ୍‌ପି ରବିକାନ୍‌ ସୁନା, ଇନ୍ସିପେକ୍ଟର ପୁଲସ୍ତି ଛତ୍ରିଆଙ୍କ ସମେତ ଅନ୍ୟ କର୍ମଚାରୀମାନେ ଚଢ଼ାଉରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri