ଲାଞ୍ଚ ନେଇ କ୍ୟାସିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠିକାଦାର କାମେଶ୍ୱର ତ୍ରିପାଠୀଙ୍କଠାରୁ ସେ ନିଜ କାର୍ଯ୍ୟାଳୟ ପ୍ରକୋଷ୍ଠରେ ୧୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦିନ ପ୍ରାୟ ୧୨ ଟା ୩୦ ବେଳେ ଭିଜିଲାନ୍ସ ଟିମ ଦ୍ୱାରା ଧରାପଡିଥିଲେ।
ଚଢ଼ାଉରେ ନେତୃତ୍ୱ ନେଉଥିବା ବାରିପଦା ଭିଜିଲାନ୍ସ ଡିଭିଜନ ଡିଏସପି ଶରତ ମହାପାତ୍ରଙ୍କ ସୂଚନା ଅନୁଯାୟୀ ଠିକାଦାର ତ୍ରିପାଠୀ ଏହି ବିଭାଗ ଅଧୀନରେ ୨ ଲକ୍ଷ ୮୦ ହଜାର ଟଙ୍କାର ଏକ ଠିକା କାର୍ଯ୍ୟ କରିଥିଲେ। ଏହି କାମ ଗତ ମାର୍ଚ୍ଚ ମାସ ସୁଦ୍ଧା ଶେଷ ହୋଇଥିବା ବେଳେ ସେପ୍ଟେମ୍ବର ମାସ ସୁଦ୍ଧା ବିଲ୍‌ ହୋଇ ପାରି ନାହିଁ। ଏହାର ବିଲ୍‌ କରିବା ପାଇଁ କ୍ୟାସିୟର ସେଜପଡା ୧୪ ହଜାର ଟଙ୍କା ଦାବି କରିଥିଲେ। ଟଙ୍କା ନ ଦେଲେ ବିଲ୍‌ କରିବେନି ବୋଲି କହିଥିଲେ। ଏନେଇ ଠିକାଦାର ତ୍ରିପାଠୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଭିଜିଲାନ୍ସ ବିଭାଗ ଏକ ମାମଲା (ନଂ.୩୩/୧୯)ରୁଜୁ କରିଥିଲା। ପୂର୍ବ ଯୋଜନା ମୁତାବକ ସେଜପଡା ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ ଚଢାଉ କରି ଲାଞ୍ଚ ଟଙ୍କା ଜବତ କରିବା ସହିତ ତାଙ୍କୁ ଗିରଫ କରିଥିଲେ। ଏହି କାର୍ଯ୍ୟାଳୟରେ ଚଢ଼ାଉ ବେଳେ ଭିଜିଲାନ୍ସ ବିଭାଗ ବହୁତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ ନଗଦ ୩୨ ହଜାର ଟଙ୍କା ଜବତ କରିଛି। ଏହା ସହିତ ବେତନଟୀସ୍ଥିତ ସେଜପଡାଙ୍କ ଘରେ ମଧ୍ୟ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ଇନ୍ସପେକ୍ଟର ବି.ହେମ୍ବ୍ରମ, ଇନ୍ସପେକ୍ଟର ସବିତା ବେହେରା, ତରୁଣ ପାଲବାବୁ, ଲଳିତ ରାଉତଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri