ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ୍‌ ବିଭାଗ ଜୁନିୟର ଇଞ୍ଜିନିୟର

କଟକ ଅଫିସ,୨୨।୧୧: ଲାଞ୍ଚ ନେବାବେଳେ କଟକ ଗୋଡ଼ିସାହି ବିଦ୍ୟୁତ୍‌ ବିଭାଗ ଜୁନିୟର ଇଞ୍ଜିନିୟର ଭବାନୀ ଶଙ୍କର ମହାନ୍ତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମଙ୍ଗଳାବାଗର ବିଜୟ ପାତ୍ରଙ୍କଠାରୁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଥିଲା।
ସୂଚନାଯୋଗ୍ୟ, କଟକର ତ୍ରିଶୂଳିଆ ନିକଟରେ ବିଜୟଙ୍କ ଜଣେ ସମ୍ପର୍କୀୟଙ୍କ ଘରେ ବିଦ୍ୟୁତ ସଂଯୋଗ କରାଇ ଦେବା ପାଇଁ ଭବାନୀ ଶଙ୍କର ତାଙ୍କୁ ଲାଞ୍ଚ ମାଗିଥିଲେ। ବିଜୟ ଏ ସମ୍ପର୍କରେ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ତେବେ ବିଜୟଙ୍କଠାରୁ ଭବାନୀ ଉକ୍ତ ଟଙ୍କା ଗ୍ରହଣ କରୁଥିବାବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ସେଠାରେ ପହଞ୍ଚି ଉକ୍ତ ଟଙ୍କାକୁ ଜବତ କରିଛନ୍ତି। କେସ ନଂ. ୩୯/୧୯ରେ ମାମଲା ରୁଜୁ କରାଯାଇ ଭବାନୀଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?