ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ନୟାଗଡ଼ ଅଫିସ,୨୧।୧-ନୟାଗଡ଼ କ୍ଷୁଦ୍ର ଜଳସେଚନ ବିଭାଗର ବରିଷ୍ଠ କିରାଣି ତଥା କ୍ୟାଶିୟର ନିଗମାନନ୍ଦ ଭୂୟଁା ୧୩ ହଜାର ୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଇଟାମାଟି ଥାନା ନାଟୁଗାଁ ଗ୍ରାମର ଠିକାଦାର ଯୁଗଳ କିଶୋର ପରିଡ଼ା କରିଥିବା ଏକ ଚେକ୍‌ ଡ୍ୟାମ୍‌ର ବିଲ୍‌ କରାଇ ଦେବା ପାଇଁ ଲାଞ୍ଚ ନେଉଥିଲେ। ୨୦୧୭-୧୮ ମସିହାରେ ଯୁଗଳ ୧ ଲକ୍ଷ ୮୯ ହଜାର ୬୧୧ ଟଙ୍କାର ସିଙ୍ଗପଡ଼ା ଚେକ୍‌ ଡ଼୍ୟାମ୍‌ କରିଥିଲା ବେଳେ ଏହାର ବିଲ୍‌ କରାଇ ଦେବା ପାଇଁ ବାରମ୍ବାର କାର୍ଯ୍ୟାଳୟକୁ ଯାଇଥିଲେ। ୧୩,୫୦୦ ଟଙ୍କା ଲାଞ୍ଚ ଦେଲେ ତାଙ୍କ ବିଲ୍‌ ହୋଇଯିବ ବୋଲି ନିଗମାନନ୍ଦ ତାଙ୍କୁ କହିଥିଲେ। ପରେ ଏ ନେଇ ଯୁଗଳ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ସୋମବାର ଅପରାହ୍ନରେ ଠିକାଦାର ଯୁଗଳ କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟରେ ନିଗମାନନ୍ଦଙ୍କୁ ଟଙ୍କା ଦେଉଥିବା ବେଳେ ଛପି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଥିଲେ। ତାଙ୍କୁ ଗିରଫ କରାଯିବା ସହିତ ଟଙ୍କା ଜବତ କରାଯାଇଥିଲା। ଏ ନେଇ ଭୁବନେଶ୍ୱର କାର୍ଯ୍ୟାଳୟରେ ୩/୨୦ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା ସୂଚନା ମିଳିଛି। ସେହିଭଳି ତାଙ୍କ ସରକାରୀ ବାସଭବନରେ ମଧ୍ୟ ଚଢ଼ାଉ କରାଯାଇଥିଲା।
ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବର ୧୭ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ନୟାଗଡ଼ କ୍ଷୁଦ୍ର ଜଳସେଚନର ନିର୍ବାହୀ ଯନ୍ତ୍ରୀ ବିନୟ କୁମାର ସୁବୁଦ୍ଧି ଭଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri