ଲାଞ୍ଚ: ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଗିରଫ

କଟକ ଅଫିସ, ୨୩ା୧୧: ୧୦ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ବିଦ୍ୟୁତ୍‌ ବିଭାଗର କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ମହାନ୍ତ। ସେ ଭୁବନେଶ୍ୱର ସିଟି ଡିଷ୍ଟ୍ରିବ୍ୟୁଶନ ଡିଭିଜନ-୨ ଅଧୀନରେ ଥିବା ଗୋଡ଼ିସାହି ସେକ୍ସନରେ କାର୍ଯ୍ୟରତ। ଶୁକ୍ରବାର ସେ ଏହି ଲାଞ୍ଚ କଟକ ମଙ୍ଗଳାବାଗ ଥାନା ଅଧୀନ ମଲ୍ଲାସାହି ଅଞ୍ଚଳର ବିଜୟ କୁମାର ପାତ୍ରଙ୍କଠାରୁ ଗ୍ରହଣ କରୁଥିଲେ। ବିଜୟଙ୍କ ଜଣେ ସମ୍ପର୍କୀୟଙ୍କ ଘରକୁ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ ମହାନ୍ତ ଏହି ଲାଞ୍ଚ ଦାବି କରିଥିଲେ। ସିଡିଏ ସେକ୍ଟର-୨ ନିକଟରେ ମହାନ୍ତ ଲାଞ୍ଚ ୧୦ହଜାର ଟଙ୍କା ବିଜୟଙ୍କଠାରୁ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରାପଡ଼ିଥିଲେ। ତାଙ୍କ ନିକଟରୁ ଉକ୍ତ ଟଙ୍କା ଜବତ କରାଯାଇଥିଲା। ଏହାପରେ ଭିଜିଲାନ୍ସ ପକ୍ଷରୁ ମହାନ୍ତଙ୍କ କେନ୍ଦୁଝର ଜିଲା ବରିଆ ଥାନା ଅଧୀନ କଳିଙ୍ଗା ଗ୍ରାମର ଘରକୁ ଯାଞ୍ଚ କରାଯାଇଥିଲା। ଏ ସମ୍ପର୍କରେ କଟକ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ.୩୯/୨୦୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri