ଲାଞ୍ଚ ମାଗି ଗିରଫ ହେଲେ ଥାନା ଅଧିକାରୀ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ‘ମୋ ସରକାର’ କାର୍ଯ୍ୟକ୍ରମ ଜାରି ରହିଛି। ଓଡ଼ିଶାରେ ପୋଲିସ ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବାକୁ ଏହି ପ୍ରୟାସ କରାଯାଇଛି। ସେହି କ୍ରମରେ ଏହାର ସୁଫଳ ମଧ୍ୟ ମିଳିଛି। ନିୟମିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଅଭିଯୋଗକାରୀଙ୍କ ମତାମତ ନିଆଯାଉଛି। ସେମାନଙ୍କ ଅଭିଯୋଗ ଆଧାରରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।
ଏହି କ୍ରମରେ କୋରାପୁଟ ଜିଲାର ଅମ୍ବାଗୁଡା ଆଉଟପୋଷ୍ଟ ଇନ୍‌ଚାର୍ଜ ଏସ୍‌ଆଇ ନାରାୟଣ ପଟ୍ଟନାୟକଙ୍କୁ ନିଲମ୍ବନ କରାଯାଇଛି। ଏକ ଦୁର୍ଘଟଣା ମାମଲାରେ ଜନୈକ ଅଭିଯୋଗକାରୀଙ୍କ ଗାଡିଟି ଅମ୍ବାଗୁଡା ଆଉଟପୋଷ୍ଟ ଦ୍ୱାରା ଜବତ ହୋଇଥିଲା। ଏହାକୁ ଉଦ୍ଧାର କରିବା ପାଇଁ ଥାନା ଅଧିକାରୀ ଜଣଙ୍କ ୧୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏଥିସହିତ ୬୦୦୦ ଟଙ୍କାର ଅଗ୍ରିମ ମଧ୍ୟ ଗ୍ରହଣ କରିଥିଲେ। ହେଲେ ଏହି ଖବର ପାଇ ସିଏମ୍‌ଓର ନିର୍ଦ୍ଦେଶ କ୍ରମେ କୋରାପୁଟ ଏସ୍‌ପି ଜୟପୁର ସଦର ଥାନାରେ ଦୁର୍ନୀତି ନିରୋଧୀ ଆଇନ ବଳରେ ଏସ୍‌ଆଇଙ୍କ ବିରୋଧରେ ଗୁରୁବାର କେସ୍‌ ନଂ ୨୪/୨୦୨୦ରେ ଏକ ମାମଲା ରୁଜୁ କରାଯାଇଥିଲା। ଅନୁରୂପ ଭାବେ ଶବ ବ୍ୟବଚ୍ଛେଦ ସମୟରେ ୩୦୦୦ ଟଙ୍କା ମାଗିଥିବା ଡାକ୍ତରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରାଯାଇଛି। ଅଭିଯୋଗକାରୀ ଶବ ବ୍ୟବଚ୍ଛେଦ ପାଇଁ ୨୫୦୦ ଟଙ୍କା ଦେଇଥିବା ଜଣାପଡିଛି। ଶେଷ ଖବର ସୁଦ୍ଧା ଏସ୍‌ଆଇଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri