ଲାଞ୍ଚ ମାମଲା: ଅଭିଯୁକ୍ତଙ୍କୁ ଦେଢବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୧୪ା୧: ଗଞ୍ଜମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ବ୍ରହ୍ମପୁର ସବ୍‌ ରେଜିଷ୍ଟ୍ରାର ଅଫିସର ତତ୍କାଳୀନ କର୍ମଚାରୀ ରାମକୃଷ୍ଣ ବେହେରାଙ୍କୁ ଦେଢବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହିତ ୭ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୫ ମାସ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ଘଟଣାରୁ ପ୍ରକାଶ, ବେନ୍ଦାଳିଆ ଗ୍ରାମର ଜିତାଞ୍ଜୟ ସାହୁ ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ଏକ ବାହାଘର ସାର୍ଟିଫିକେଟ ପାଇଁ ଆବେଦନ କରିଥିଲେ। ଏଥିପାଇଁ ସେ ଉକ୍ତ କାର୍ଯ୍ୟାଳୟ କର୍ମଚାରୀ ରାମକୃଷ୍ଣଙ୍କୁ ସାକ୍ଷାତ କରିଥିଲେ। ଏଥିପାଇଁ ସେ ୧୫ଶହ ଟଙ୍କା ଲାଞ୍ଚ ମାଗିଥିଲେ। ୨୦୧୪ ଅଗଷ୍ଟ ୧୪ ରେ ରାମକୃଷ୍ଣ ଆବେଦନକାରୀଙ୍କଠାରୁ ତାଙ୍କ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ଧରାପଡି ଗିରଫ ହୋଇଥିଲେ। ଭିଜିଲାନ୍ସ ମାମଲା ନମ୍ବର ୩୪/୧୪ରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ସୁରେନ୍ଦ୍ର ନାଥ ପାଣିଗ୍ରାହୀ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ସୋମବାର ଉକ୍ତ ମାମଲାର ବିଚାର ବେଳେ ୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତପନ କୁମାର ଦାସ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?