ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ପୂର୍ବତନ ବୌଦ୍ଧ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ବୀରେନ୍ଦ୍ର କୁମାର ପଣ୍ଡା। ଏବେ ସେ ହରଭଙ୍ଗା ବିଇଓ ଅଫିସରେ କାର୍ଯ୍ୟରତ।
ମିଳିଥିବା ସୂଚନା ଅନୁଯାୟୀ, ଜିଲାର ମନମୁଣ୍ଡା ଥାନା ପୁରୁଣାପାଣିର ଶିକ୍ଷକ କୈଳାସ ସାଗର ଚାକିରିରୁ ଅବସର ନେଇଥିଲେ। ତାଙ୍କ ଅବସରକାଳୀନ ବକେୟା ଅର୍ଥ ପାଇବା ପାଇଁ ବୌଦ୍ଧ ବିଇଓଙ୍କ କାର୍ଯ୍ୟାଳୟ ବରିଷ୍ଠ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ପଣ୍ଡାଙ୍କୁ ଦେଖା କରିଥିଲେ। ଦେହ ଖରାପ ହେବାରୁ ପୁଅ ଦେବଦତ୍ତ ଟଙ୍କା ପାଇବା ପାଇଁ କିରାଣି ପଣ୍ଡାଙ୍କୁ ଯାଇ ଭେଟିଥିଲେ। ହେଲେ ପଣ୍ଡା ୧୫୦୦ ଟଙ୍କା ଲାଞ୍ଚ ମାଗିଥିଲେ ା ଏ ନେଇ ଦେବଦତ୍ତ ବ୍ରହ୍ମପୁର ଭିଜିଲାନ୍ସରେ ୨୦୧୬ ଜାନୁଆରୀ ୩୧ରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ବିଭାଗରେ ଏ ନେଇ ନଂ.୫/୧୬ରେ ମାମଲା ରୁଜୁ କରିଥିଲା ା ଯୋଜନା ମୁତାବକ ପରଦିନ ଅର୍ଥାତ୍‌ ଫେବୃୟାରୀ ୧ରେ ଦେବଦତ୍ତ ୧୫୦୦ ଟଙ୍କା କିରାଣି ପଣ୍ଡାଙ୍କୁ ଦେଇଥିଲେ। ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଡିଏସ୍‌ପି ହରେକୃଷ୍ଣ ବେହେରା, ଇନ୍ସପେକ୍ଟର ପି.ଛତ୍ରିଆ ଏବଂ ଅନ୍ୟମାନେ ପଣ୍ଡାଙ୍କ ଠାରୁ ରଙ୍ଗବୋଳା ଟଙ୍କା ଜବତ କରି ତାଙ୍କୁ ଗିରଫ କରିଥିଲେ। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେଶ ମହାପାତ୍ର ମାମଲା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri