ଲାଞ୍ଜିଗଡର ଅନନ୍ୟ ପରମ୍ପରା, ବିଶ୍ୱାସର ପ୍ରତୀକ: ଭୈରବ ଦେବଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଳିତ

ଲାଞ୍ଜିଗଡ,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡସ୍ଥିତ ପ୍ରସିଦ୍ଧ ଭୈରବଦେବ ପୀଠରେ ଝାମୁଯାତ୍ରା ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଥା ଅନୁଯାୟୀ ଲାଞ୍ଜିଗଡର ଦଶମୀ ନୂଅଁାଖାଇ ପରେ ତ୍ରୟୋଦଶୀ ଦିନ ଭୈରବ ମନ୍ଦିରରୁ ଭୈରବ ଦେବଙ୍କ ଖଣ୍ଡା ବାହାର କରାଯାଇ ସ୍ଥାନୀୟ ରାଜ ଉଆସକୁ ନିଆଯାଇଥିଲା । ସେଠାରେ ପୂଜାର୍ଚ୍ଚନା ପରେ ଅଗ୍ନି ଭୈରବଙ୍କ ଗୋଟିଏ ଖଣ୍ଡା, ବାଲି ଭୈରବଙ୍କ ଗୋଟିଏ ଖଣ୍ଡା ଓ ବୁଢା ଭୈରବଙ୍କ ଦୁଇଟି ଖଣ୍ଡାକୁ ବାଲି ଘରକୁ ନିଆଯାଇଥିଲା । ସ୍ଥାନୀୟ ଶୁକ୍ଲିନାଳକୁ ପୂଜକମାନେ ଯାଇ ନଅଟି ଚାଙ୍ଗୁଡିରେ ବାଲି ଭର୍ତ୍ତି କରି ଆଣିବା ସହିତ ଲୋକଙ୍କ ଘରୁ ନଅ ପ୍ରକାର ଶସ୍ୟ ସଂଗ୍ରହ କରି ତାକୁ ବାଲି ଘରେ ରଖି ସାତ ଦିନ ଧରି ପୂଜାର୍ଚ୍ଚନା ଜାରି ରଖିଥିଲେ। ଏହା ପରେ ଗୁରୁବାର ଅଶ୍ୱପଞ୍ଚମୀ ତିଥିରେ ତିନି ଭୈରବଙ୍କ ପ୍ରତୀକ ବାଲି ଘରୁ ମୁଖ୍ୟ ମନ୍ଦିରକୁ ଯିବା ସହିତ ସେଠାରୁ ଆଜ୍ଞାମାଳ ଆଣିବା ପରେ ନିଆଁରେ ତିଆରି ଖନ୍ଦା(ଝାମି)ଙ୍କୁ ତିନିଥର ପ୍ରଦକ୍ଷିଣ କରି ସାରିବା ପରେ ଠାକୁରାଣୀ ଗୁଡି଼(ମନ୍ଦିର)କୁ ଯାଇ ଦେବୀଙ୍କୁ ଆମନ୍ତ୍ରଣ ଜଣାଇଥିଲେ। ଏହି ସମୟରେ ଚାରୋଟି କଟା କଦଳୀ ଗଛକୁ ଧଳା କପଡା ଘୋଡାଇ ପ୍ରସ୍ତୁତ କରାଯାଇଥିଲା ଗଉରୀଘର। ଯେଉଁଠି ପାରା ବଳି ଦେବା ପରେ ଝାମୁଯାତ୍ରା ଆରମ୍ଭ ହୋଇଥିଲା। ଏହା ପରେ ବାଲି ଭୈରବ ଓ ଅଗ୍ନି ଭୈରବଙ୍କ କାଳସି ନିଆଁ ଉପରେ ଚାଲିଥିଲେ। ସେହିପରି ଝାମେରା କଣ୍ଟାରେ ତିଆରି ଦୋଳିରେ ଭୈରବଙ୍କ କାଳଶି ବସିଥିଲେ। ଏହା ପୂର୍ବରୁ କାଳଶି ଝାମୁଯାତ୍ରା ପୂର୍ବ ଦିନ ଏକ କଞ୍ଚା ମାଠିଆରେ ବସି ଲୋକଙ୍କୁ ଦର୍ଶନ ଦେଇଥିଲେ। ଯାତ୍ରା ସରିବା ପରେ ଏଠାରେ ଯୋଗଦେଇଥିବା ତଥା ମାନସିକଧାରୀଙ୍କ ଦ୍ୱାରା ଶହ ଶହ କୁକୁଡା, ପାରା, ବତକ ଛେଳି ବଳି ଦିଆଯାଇଥିଲା। ମନ୍ଦିର ପୂଜକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ପର୍ବ ମହାସମାରୋହରେ ପାଳିତ ହୋଇଥିଲା। ଝାମୁଯାତ୍ରାକୁ ସଫଳ ପାଇଁ ଭୈରବ ମନ୍ଦିର ପୂଜା କମଟି ଓ ଲାଞ୍ଜିଗଡ ପୋଲିସ ପକ୍ଷରୁ ଆଇଆଇସି ସତ୍ୟ କୁମାର ନନ୍ଦ ଓ ଏସ୍‌ଆଇ ରମା ରମଣି ମିଶ୍ରଙ୍କ ନେତୃତ୍ୱରେ ସିଆରପିଏଫ୍‌ ପେଲିସ ଏବଂ ଜବାନମାନେ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ। ଝାମୁଯାତ୍ରାରେ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଝାମୁଯାତ୍ରାରେ ନିୟମଗିରି ଅଞ୍ଚଳରୁ ଶତାଧିକ ଝରଣିଆ ଓ ଡଙ୍ଗରିଆ ରମଣିମାନେ ନିଜର ପାରମ୍ପାରିକ ବେସଭୁଷାରେ ସଜ୍ଜିତ ହୋଇ ଯାତ୍ରାର ଶୋଭାବର୍ଦ୍ଧନ କରିଥିଲେ। ଝାମୁଯାତ୍ରାରେ ପୂର୍ବତନ ମନ୍ତ୍ରୀ ଡ.ବଳଭଦ୍ର ମାଝି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଖିରାବ୍ଧୀ ସାହୁ, ଲାଞ୍ଜିଗଡ ସରପଞ୍ଚ ସୁଶ୍ରୀ ମଣି ମାଝି, ରାକେଶ ମୋହନ, ହେମନ୍ତ କୁମାର ଭାଟିଆ, ଆଲୋକ ଗୟା, ଶେସଦେବ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଭୈରବ ଦେବଙ୍କ ଦର୍ଶନ କରିଥିଲେ। ଏହି ଯାତ୍ରାରେ ଲାଞ୍ଜିଗଡ ରାଜା ସୁରେନ୍ଦ୍ର ପ୍ରତାପ ସିଂଦେଓ, ଚନ୍ଦ୍ରଧ୍ୱଜ ପେସନିଆ, ଲାଞ୍ଜିଗଡ ଯୁବକ ସଂଘ ସଭାପତି ହିମାଦ୍ରୀ ପେସନିଆ, କାମରାଜ ଦଳବେହେରା, ବିଶ୍ୱମ୍ବର ନାୟକ, ବଳରାମ ପୂଜାରୀ, ଶିଶୀର ପୂଜାରୀ ପ୍ରମୁଖ ଯାତ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri