ଲାଠିପଡ଼ା ମଡେଲ ଡିଗ୍ରୀ କଲେଜରେ ଅବ୍ୟବସ୍ଥା: ପ୍ରତିବାଦରେ ଛାତ୍ରମାନଙ୍କ ଧାରଣା

ନୟାଗଡ଼ ଅଫିସ,୨୧ା୯: ନୟାଗଡ଼ ଜିଲା ସଦର ବ୍ଲକ ଲାଠିପଡ଼ାସ୍ଥିତ ଜିଲାର ଏକମାତ୍ର ସରକାରୀ ମଡେଲ ଡିଗ୍ରୀ କଲେଜରେ ଲାଗି ରହିଛି ଅବ୍ୟବସ୍ଥା। ବିଭିନ୍ନ ସମୟରେ ଏ ନେଇ ଛାତ୍ରୀଛାତ୍ରମାନେ କର୍ତ୍ତୃପକ୍ଷଙ୍କୁ ଜଣାଉଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା । ଫଳରେ ଅବ୍ୟବସ୍ଥାକୁ ନେଇ ଛାତ୍ରମାନଙ୍କ ମଧ୍ୟରେ ବିଭିନ୍ନ ସମୟରେ ଅସନ୍ତୋଷ ଲାଗି ରହିଥିଲା। ଶୁକ୍ରବାର ଏହା ତୀବ୍ର ରୂପ ଧାରଣ କରିଥିଲା। କଲେଜର ନାମଫଳକ ଲଗାଇବା, ସାଇକେଲ୍‌ ଷ୍ଟାଣ୍ଡ ନିର୍ମାଣ କରିବା, ଛାତ୍ରୀ ଓ ଛାତ୍ରନିବାସକୁ ଖୋଲିବା , ଖେଳପଡ଼ିଆ ନିର୍ମାଣ କରିବା ଭଳି ୪ ଦଫା ଦାବିରେ ଛାତ୍ରମାନେ ଧାରଣା ଦେଇଥିଲେ। ଛାତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମଧ୍ୟାହ୍ନ ୧୨ଟାରୁ ପ୍ରାୟ ୩ ଘଣ୍ଟା ଛାତ୍ରମାନେ ଧାରଣାରେ ବସିବା ପରେ କଲେଜ କର୍ତ୍ତୃପକ୍ଷ ଏହାର ସମାଧାନ ଲାଗି ଆଲୋଚନା କରିବାକୁ ଡାକିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ଯେ, ୧୦ ଅଗଷ୍ଟ ୨୦୧୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଉକ୍ତ ମଡେଲ ଡିଗ୍ରୀ କଲେଜକୁ ଉଦ୍‌ଘାଟନ କରିଥିଲେ। ଏହାପରେ ଉକ୍ତ ମହାବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷାଦାନ କରାଯାଇଥିଲା। ୨ ବର୍ଷ ବିତି ଯାଇଥିଲେ ମଧ୍ୟ କଲେଜରେ ବିଭିନ୍ନ ଅବ୍ୟବସ୍ଥା ଲାଗି ରହିଛି। କଲେଜ ପରିସରରେ ଛାତ୍ରୀ ଓ ଛାତ୍ରନିବାସ କରାଯାଇଥିଲେ ମଧ୍ୟ ଏହା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ କରାଯାଇ ନାହିଁ। ହଷ୍ଟେଲ ଖୋଲା ନ ହେବା ଯୋଗୁ୍‌ ବାହାରୁ ଆସୁଥିବା ଛାତ୍ରୀଛାତ୍ରମାନେ ବହୁତ ହଇରାଣ ହେଉଛନ୍ତି। ମଜୁରିଆପଲ୍ଲୀ ଛକଠାରେ ବସ୍‌ରୁ ଓହ୍ଲାଇ କଲେଜକୁ ଛାତ୍ରୀଛାତ୍ରମାନେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳୁଛି। ମଜୁରିଆପଲ୍ଲୀ ଛକଠାରୁ କଲେଜର ଦୂରତା ପ୍ରାୟ ୧.୫ କିଲୋମିଟର ହୋଇଥିଲେ ମଧ୍ୟ ସେହି ବାଟରେ କୌଣସି ଅଟୋ ଯାଉନାହିଁ। ଫଳରେ ଛାତ୍ରୀଛାତ୍ର ଚାଲି ଚାଲି ଯାଉଥିବା ଧାରଣାଦେଇଥିବା ଛାତ୍ରମାନେ ପ୍ରକାଶ କରିଥିଲେ। ଗତ ଫନିରେ କଲେଜର ନାମଫଳକ ଉଡ଼ି ଯାଇଥିଲେ ମଧ୍ୟ ଏହାକୁ ଲଗାଯାଉ ନାହିଁ। ମହାବିଦ୍ୟାଳୟରେ ସାଇକେଲ୍‌ ଷ୍ଟାଣ୍ଡ ଓ ଖେଳପଡ଼ିଆ ନ ଥିବା ଯୋଗୁ ଛାତ୍ରୀଛାତ୍ରମାନେ ହଇରାଣ ହେଉଥିବା ପ୍ରକାଶ କରିଥିଲେ। ଉକ୍ତ ମଡେଲ ଡିଗ୍ରୀ କଲେଜରେ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ବିଭାଗର ୮୬୯ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏ ନେଇ କଲେଜ ଅଧ୍ୟକ୍ଷ ନୀଳାଞ୍ଚଳ ସେଠୀଙ୍କୁ ପଚାରିବାରୁ ସେ କୁହନ୍ତି, ନାମଫଳକ ଶନିବାର ଭିତରେ ଲାଗିଯିବ। ହଷ୍ଟେଲ କାର୍ଯ୍ୟ ସରିଥିଲେ ମଧ୍ୟ ଆସବାବପତ୍ର ନ ଥିବା ଯୋଗୁ ଏହାକୁ ଖୋଲାଯାଇ ପାରୁନାହିଁ। ପିଲାମାନେ ଅଭିଯୋଗ କରିଥିବା ସମସ୍ତ ସମସ୍ୟାକୁ ସମାଧାନ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri