ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ଏହି ସମସ୍ତ ପ୍ରତିଭାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର କହିଥିଲେ ଯେ, ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୫,୦୦୦ରୁ ଅଧିକ ଲାପ୍‌ଟପ୍‌ ବଣ୍ଟନ କରାଯିବ। ତନ୍ମଧ୍ୟରୁ ୫୫୦୯ ଅନୁସୂଚିତ ଜାତି(ଏସ୍‌ସି) ଓ ଅନୁସୂଚିତ ଜନଜାତି(ଏସ୍‌ଟି) ବର୍ଗର ହୋଇଥିବା ବେଳେ ୯୪୯୧ ଜଣ ସାଧାରଣ ବର୍ଗର ରହିଛନ୍ତି।
ଉଲ୍ଲେଖଯୋଗ୍ୟ, ବିଜୁ ସଶକ୍ତୀକରଣ ଯୋଜନାରେ ଯୁକ୍ତ୨ର ମେଧାବୀ ଛାତ୍ରୀଛାତ୍ରଙ୍କୁ ୨୦୧୩ ମସିହାଠାରୁ ମାଗଣାରେ ଲାପ୍‌ଟପ୍‌ ପ୍ରଦାନ କରାଯାଉଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୯୦,୨୦୩ ଛାତ୍ରୀଛାତ୍ରଙ୍କୁ ଏହା ବଣ୍ଟନ କରାଯାଇଛି। ଚଳିତ ବର୍ଷ ଚୟନ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇ ରାଜ୍ୟସ୍ତରୀୟ ମେଧା ତାଲିକା ପରିବର୍ତ୍ତେ ଜିଲାସ୍ତରୀୟ ମେଧା ତାଲିକା ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ୩୦ ଜିଲାର ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଛି। ଚଳିତ ବର୍ଷ ଓକାକ୍‌ ମାଧ୍ୟମରେ ଲାପ୍‌ଟପ୍‌ ସଂଗ୍ରହ କରାଯାଇ ୩୦ ନୋଡାଲ ସେଣ୍ଟରକୁ ବଣ୍ଟନ ପାଇଁ ପଠାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ, ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ଉପଦେଷ୍ଟା ଆର୍‌. ବାଲ୍‌କ୍ରିଷ୍ଣନ ଏବଂ ଉଚ୍ଚଶିକ୍ଷା ବିଭାଗର ଅନ୍ୟ ଅଧିକାରୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri