Posted inଜାତୀୟ

ଲାଲବାଗ ରାଜା ଭର୍ସେସ ହାଇଦ୍ରାବାଦୀ ଗଣପତି: ଭୋଗରେ ଦିଆଯିବ ୭୫୦ କିଲୋର ଲଡ଼ୁ

ମୁମ୍ବାଇ/ହାଇଦ୍ରାବାଦ,୧୨।୯: ପ୍ରତି ବର୍ଷ ମହାରାଷ୍ଟ୍ରରେ ଭଗବାନ ଗଣପତିଙ୍କ ବିସର୍ଜନ ବହୁ ଆଡ଼ମ୍ବରରେ କରାଯାଇଥାଏ। ଗୁରୁବାର ମୁମ୍ବାଇ ଓ ହାଇଦ୍ରାବାଦରେ ବିଘ୍ନବିନାଶନଙ୍କ ମୂର୍ତ୍ତି ବିସର୍ଜନ କରାଯିବ। ଏଥିପାଇଁ ଜୋରଦାର ପ୍ରସ୍ତୁତି ମଧ୍ୟ କରାଯାଇଛି। ମହାରାଷ୍ଟ୍ରର ଲାଲବାଗ ରାଜାର ପେଣ୍ଡାଲରେ ଚଳିତ ଥର ଗଣେଶଙ୍କ ମୂର୍ତ୍ତି ସହ ଚନ୍ଦ୍ରୟାନ-୨ର ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଥିଲା। ହେଲେ ହାଇଦ୍ରାବାଦ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଚଳିତ ବର୍ଷ ଖେରାତବାଦରେ ୬୧ ଫୁଟ ଉଚ୍ଚ ଗଣେଶଙ୍କ ମୂର୍ତ୍ତି ଦେଖିବାକୁ ମିଳିଛି। ତାଙ୍କୁ ଦର୍ଶନ କରିବା ପାଇଁ ସକାଳ ୭ଟାରୁ ଲୋକଙ୍କ ଭିଡ ଜମୁଥିବା ବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ଗଣେଶଙ୍କ ଏହି ମୂର୍ତ୍ତି ପ୍ରାୟ ୫୦ ଟନ୍‌ ଥିବା ବେଳେ ଏହାକୁ ତିଆରି କରିବା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସବୁଠାରୁ ରୋଚକ କଥା ହେଲା ଏଠାରେ ୭୫୦ କିଲୋଗ୍ରାମର ଲଡ଼ୁ ଠାକୁରଙ୍କୁ ସମର୍ପଣ କରାଯାଇଥିଲା। ତେବେ ଏହି ଲଡ଼ୁକୁ ବିସର୍ଜନ ସମୟରେ ଭୋଗ ଭାବେ ବଣ୍ଟାଯିବ। ଅନ୍ୟପଟେ ହାଇଦ୍ରାବାଦର ଏହି ବିଶାଳକାୟ ମୂର୍ତ୍ତିଙ୍କୁ ବିସର୍ଜନ ପାଇଁ ୨୬ ଚକ ବିଶିଷ୍ଟ ଟ୍ରକରେ ହୁସେନ ସାଗର ନଦୀକୁ ନିଆଯିବ। ସେଠାରେ ସୁରକ୍ଷାକର୍ମୀଙ୍କ ସହାୟତାରେ ସୁରକ୍ଷିତ ଭାବେ ବିସର୍ଜନ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri