Posted inଜାତୀୟ

ଲାଲୁଙ୍କୁ କିଡ୍‌ନୀ ଦାନ କରିବାକୁ ଆଗେଇ ଆସିଲେ ପ୍ରିୟଙ୍କା

ପାଟନା,୧୯।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଏବେ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲ ଦଣ୍ଡ ଭୋଗ କରୁଛନ୍ତି। ହେଲେ ସ୍ବାସ୍ଥ୍ୟଗତ କାରଣ ପାଇଁ ଏବେ ସେ ରାଞ୍ଚିର ରାଜେନ୍ଦ୍ର ଇନଷ୍ଟୁଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ(ରିମ୍ସ)ରେ ଚିକିତ୍ସିତ ହେଉଛନ୍ତି। ଡାକ୍ତରଙ୍କ ସୂଚନା ଅନୁଯାୟୀ ଏବେ ସେ ବିଭିନ୍ନ ରୋଗରେ ପୀଡିତ। ଏମିତିକି ଏବେ ତାଙ୍କର କିଡ୍‌ନୀ ମଧ୍ୟ ନଷ୍ଟ ହୋଇଯାଇଛି। ଏପରିସ୍ଥଳେ ବିହାର ସହରସାର ଜିଲା ପରିଷଦ ପ୍ରିୟଙ୍କା ଆନନ୍ଦ ଓ ତାଙ୍କର ପୂର୍ବତନ ଜିଲା ପରିଷଦ ସ୍ବାମୀ ପ୍ରବୀଣ ଆନନ୍ଦ ଲାଲୁଙ୍କୁ କିଡ୍‌ନୀ ଦାନ କରିବାକୁ ଆଗେଇ ଆସିଛନ୍ତି।

ସେମାନଙ୍କ ମତରେ ଗତ ୩୦-୩୫ ବର୍ଷ ମଧ୍ୟରେ ଗରିବ, ପଛୁଆ ବର୍ଗ, ଅତି ପଛୁଆ ବର୍ଗ ତଥା ସାଧାରଣ ଲୋକଙ୍କୁ ସାଙ୍ଗରେ ଧରି ଚାଲୁଥିବା ଲାଲୁ ଯାବଦ ଏବେ ଜୀବନ ଯୁଦ୍ଧରେ ସଂଗ୍ରାମ କରୁଛନ୍ତି। ତେଣୁ ଏହି ସମୟରେ ଆମେ ତାଙ୍କୁ କିଡ୍‌ନୀ ଦାନ କରିବାକୁ ପ୍ରସ୍ତୁତ ଅଛୁ ବୋଲି ପ୍ରିୟଙ୍କା ଓ ପ୍ରବୀଣ କହିଛନ୍ତି। ଯେଉଁ ମୁହୂର୍ତ୍ତରେ କହିଲେ ଆମେ କିଡ୍‌ନୀ ଦାନ କରିବାକୁ ପ୍ରସ୍ତୁତ ଅଛୁ ବୋଲି ପ୍ରକାଶ କରିଛନ୍ତି ଉକ୍ତ ଦମ୍ପତି। ସେମାନଙ୍କ ମତରେ ଦେଶକୁ ଲାଲୁଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି। ସେ ରହିଲେ ହିଁ ବିରୋଧୀ ରହିବେ ବୋଲି କହିଛନ୍ତି ପ୍ରିୟଙ୍କା ଓ ପ୍ରବୀଣ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri