ଲିଙ୍କ୍‌ ଫେଲ ହେବାରୁ କାର୍ଯ୍ୟ ଠପ୍‌:ପରିବହନ କାର୍ଯ୍ୟାଳୟରେ ଉତ୍ତେଜନା

ଢେଙ୍କାନାଳ ଅଫିସ,୩ା୧୨
ଲାଇସେନ୍ସ, ଗାଡ଼ି କାଗଜପତ୍ର କରାଇବାକୁ ସୋମବାର ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଆସିଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ସକାଳ ୧୦ଟାରୁ ଇଣ୍ଟରନେଟ୍‌ ଲିଙ୍କ୍‌ ଫେଲ୍‌ ହୋଇଯିବାରୁ ନୂତନ ଲାଇସେନ୍ସ, ଫିଟନେସ ଯାଞ୍ଚ, ଗାଡି ପଞ୍ଜୀକରଣ ଆଦି ସମସ୍ତ କାର୍ଯ୍ୟ ଠପ୍‌ ହୋଇଯାଇଥିଲା। ଫଳରେ ସକାଳୁ ଜିଲାର ବିଭିନ୍ନ ଅଞ୍ଚଳରୁ ଆସି ଲମ୍ବାଲାଇନ ଲଗାଇଥିବା ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଅପରାହ୍ନ ୨ଟାରେ କର୍ମଚାରୀମାନେ କାଉଣ୍ଟର ବନ୍ଦ କରିଦେବାରୁ ଧାଡିରେ ଛିଡା ହୋଇଥିବା ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ପରେ ବହୁ ସଂଖ୍ୟାରେ ଲୋକେ କାର୍ଯ୍ୟାଳୟ ସମ୍ମୁଖ ସହରର ପ୍ରମୁଖ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଏଥିଯୋଗୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖବରପାଇ ଏସ୍‌ଆଇ ଚନ୍ଦ୍ରକାନ୍ତ ସେଠୀଙ୍କ ନେତୃତ୍ୱରେ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରିଥିଲେ। ପରେ ପୋଲିସ ଉପସ୍ଥିତିରେ କେତେଜଣ ଲୋକ ନୂତନ ଭାବେ ଯୋଗ ଦେଇଥିବା ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମାଝିଙ୍କୁ ସେମାନଙ୍କ ଅଭିଯୋଗ ଜଣାଇଥିଲେ ା ଲିଙ୍କ୍‌ ଫେଲ ଯୋଗୁ କାର୍ଯ୍ୟ ହୋଇ ନ ଥିବା ଲୋକମାନଙ୍କୁ ଆସନ୍ତା ରବିବାର ସକାଳ ୧୦ଟାରୁ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ପୁଣିଥରେ ସମୟ ଦିଆଗଲା ବୋଲି ଆରଟିଓଙ୍କ ପକ୍ଷରୁ ଏକ ନୋଟିସ ଜାରି କରାଯିବା ପରେ ଉତ୍ତେଜନା ଥମିଥିଲା ା ଏ ସମ୍ପର୍କରେ ଆରଟିଓ ଅଧିକାରୀ ମାଝି କୁହନ୍ତି, ସକାଳ ୧୦ଟାରୁ ଲିଙ୍କ୍‌ ଫେଲ ହେବା ଯୋଗୁ ଏଭଳି ପରିସ୍ଥିତି ଉପୁଜିଥିଲା। ଯେଉଁମାନଙ୍କର କାର୍ଯ୍ୟ ହୋଇପାରିନାହିଁ, ସେମାନଙ୍କ ପାଇଁ ଆସନ୍ତା ରବିବାର ଦିନ ଧାର୍ଯ୍ୟ କରାଯାଇଛି। ଆଗାମୀ ଦିନରେ କାମାକ୍ଷାନଗରଠାରେ ଏକ ଶିବିର କରାଯାଇ ଉକ୍ତ ଉପଖଣ୍ଡ ଅଞ୍ଚଳ ନିମନ୍ତେ ଲୋକଙ୍କ ସୁବିଧା ପାଇଁ ଯାନବାହନ ସମ୍ପର୍କିତ କାଗଜପତ୍ର କାର୍ଯ୍ୟ କରାଯିବ ବୋଲି ଆରଟିଓ ସୂଚନା ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri