ଲିଙ୍ଗରାଜଙ୍କ ଜମିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ, ୨୦ା୭: ଭୁବନେଶ୍ୱରର ଭୀମପୁର ମୌଜାରେ ମହାପ୍ରଭୁ ଲିଙ୍ଗରାଜଙ୍କ ୨ ଏକର ୩୫୬ ଡେସିମିଲ ଜମିକୁ ଦିଲ୍ଲୀର ଏକ ଘରୋଇ ସଂସ୍ଥାକୁ ୯୯ ବର୍ଷ ପାଇଁ ଲିଜ୍‌ ଆକାରରେ ଟେକି ଦିଆଯାଇଛି। ସରକାରୀ ଧାର୍ଯ୍ୟ ମୂଲ୍ୟରୁ ଅଧା ଦାମ୍‌ରେ ଏହି ଜମିକୁ ଲିଜ୍‌ ଦିଆଯାଇଛି। ଏହାକୁ ବିରୋଧ କରି ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଏହି ମାମଲା ରୁଜୁ କରିଛନ୍ତି। ପାଣିଗ୍ରାହୀ ହାଇକୋର୍ଟଙ୍କୁ ପିଟିଶନରେ ନିବେଦନ କରିଛନ୍ତି ଯେ, ଉକ୍ତ ବହୁମୂଲ୍ୟ ଜମିକୁ ବେଆଇନ ଭାବେ ଘରୋଇ ସଂସ୍ଥାକୁ ହସ୍ତାନ୍ତର କରାଯାଇଛି। ତେଣୁ ଉକ୍ତ ଲିଜ୍‌କୁ ରଦ୍ଦ କରାଯିବା ସହିତ ଜମିକୁ ପୂର୍ବବତ ଲିଙ୍ଗରାଜଙ୍କ ଖାତାକୁ ଫେରାଇ ଆଣିବାକୁ ସେ ନିବେଦନ କରିଛନ୍ତି। ଏଥିପୂର୍ବରୁ ପାଣିଗ୍ରାହୀ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ନିକଟରେ ଅଭିଯୋଗ କରିଥିଲେ। ମାତ୍ର କୌଣସି ସୁଫଳ ନ ମିଳିବାରୁ ସେ ବାଧ୍ୟ ହୋଇ ହାଇକୋର୍ଟକୁ ଆସିଥିବା କହିଛନ୍ତି। ଆବେଦନକାରୀ ପାଣିଗ୍ରାହୀଙ୍କ ପକ୍ଷରୁ ଆଡଭୋକେଟ ବାସୁଦେବ ବାରିକ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri