ଲିଙ୍ଗରାଜ ଆଇନ୍‌ ମହାବିଦ୍ୟାଳୟ: ଶୈକ୍ଷିକ ବାତାବରଣ ପାଇଁ ଆନ୍ଦୋଳନ

ବ୍ରହ୍ମପୁର ଅଫିସ୍‌,୨୨ା୯-ଦକ୍ଷିଣ ଓଡ଼ିଶାର ଏକମାତ୍ର ସରକାରୀ ଆଇନ ମହାବିଦ୍ୟାଳୟ ତଥା ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ଘେରରେ ଗତିକରୁଛି । ପାଠ ପଢ଼ିବା ପାଇଁ ଉତ୍ତମ ଶ୍ରେଣୀ ଗୃହ ନାହିଁ । ଅନେକ ବିଷୟରେ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଏପରିକି ଛାତ୍ରୀଛାତ୍ରମାନେ ପିଇବା ପାଇଁ ପାଣି ପାଉନାହାନ୍ତି । ଏଭଳି ଅନେକ ସମସ୍ୟାର ସମାଧାନ ପାଇଁ ୨୦୧୭ରୁ ବିଭିନ୍ନ ସମୟରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନ କରୁଛନ୍ତି । ତଥାପି ଫଳ ଶୂନ। ଏବେ ନୂତନ ଶିକ୍ଷା ବର୍ଷ ଆରମ୍ଭ ହୋଇଛି । ଏଣୁ ନବାଗତ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଥିବା ବେଳେ ଏଠାରେ ରହିଥିବା ସମସ୍ୟାର ସମାଧାନ ପାଇଁ ଶନିବାର ଛାତ୍ରୀଛାତ୍ରମାନେ ମହାବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଯଦି ତୁରନ୍ତ ଏ ଦିଗରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନ ନିଅନ୍ତି, ତେବେ ଆସନ୍ତା ୨୫ତାରିଖରୁ ଆମରଣ ଅନଶନ ସହ ଆନ୍ଦୋଳନ କରାଯିବ ବୋଲି ଛାତ୍ରୀଛାତ୍ରମାନେ ଚେତାବନୀ ଦେଇଛନ୍ତି ।
ଆନ୍ଦୋଳନକାରୀ ଛାତ୍ରୀଛାତ୍ରଙ୍କ କହିବାନୁଯାୟୀ, ଅନେକ ବିଭାଗରେ ସ୍ଥାୟୀ ଶିକ୍ଷକ ନାହାନ୍ତି, ଫଳରେ ପାଠପଢ଼ା ହୋଇପାରୁ ନାହିଁ। କମନ୍‌ରୁମ୍‌ ଏବଂ ସମ୍ମିଳନୀ କକ୍ଷ ଜରାଜୀର୍ଣ୍ଣ ଅବସ୍ଥାରେ ପହଞ୍ଚିଲାଣି । ବିପଦପୂର୍ଣ୍ଣ କୋଠାରେ ବସିବାକୁ ବାଧ୍ୟ କରାଯାଉଛି । ତୁରନ୍ତ ଉଭୟ କୋଠରିକୁ ମରାମତି କରାଯାଉ। ସେହିଭଳି ପାନୀୟ ଜଳ ଯୋଗାଣ ପାଇଁ ଆର୍‌ଓ ଏବଂ ୟୁଭି ୱାଟର୍‌ ପ୍ୟୁରିଫାୟର୍‌, ନିୟମିତ କ୍ୟାମ୍ପସର ସଫେଇ, କ୍ୟାମ୍ପସ୍‌ରେ ଫ୍ରି ୱାଇଫାଇ, ମହାବିଦ୍ୟାଳୟ ସମ୍ମୁଖରେ ସ୍ପିଡ୍‌ ବ୍ରେକର୍‌, ମୁଖ୍ୟ ଫାଟକର ନବୀକରଣ ସହ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି। ଲାଇବ୍ରେରିଆନ୍‌ ଆସନ୍ତା ଦୁଇ ମାସ ଭିତରେ ଅବସର ନେବେ । ଏଣୁ ଜଣେ ନୂତନ ଲାଇବ୍ରେରିଆନ୍‌କୁ ନିଯୁକ୍ତି ଦିଆଯାଉ। ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କଠାରୁ ଲାଇବ୍ରେରି ଫି’ ବାବଦରେ ୧୫୦ଟଙ୍କା ଆଦାୟ କରାଯାଉଛି । ହେଲେ ନୂଆ ବହି ଦିଆଯାଉନି। କମନ୍‌ରୁମ୍‌ ବାବଦରେ ୩୦ଟଙ୍କା ଆଦାୟ ହେଉଥିଲେ ମଧ୍ୟ କମନ୍‌ରୁମ୍‌କୁ ମରାମତି କରାଯାଉନି। କ୍ରୀଡ଼ା ଏବଂ ଛାତ୍ର ସଂସଦ ବାବଦରେ ୩୦୦ ଟଙ୍କା ଆଦାୟ କରୁଥିବା ବେଳେ କୌଣସି ପ୍ରକାର କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ ହେଉନି । ମୁଟ୍‌ କୋର୍ଟ ପାଇଁ ୧୦୦ଟଙ୍କା ଆଦାୟ ହେଉଥିବା ବେଳେ ଏଭଳି କୌଣସି କ୍ଲାସ୍‌ ହେଉନାହିଁ। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆଥଲେଟିକ୍‌ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଅଯଥାରେ ୧୦୦ଟଙ୍କା ଲେଖାଏ ଆଦାୟ କରୁଛନ୍ତି। ଏଭଳି ଅନେକ ପ୍ରକାରର ଫି’ ଆଦାୟ ହେଉଛି । କିନ୍ତୁ ଭିତ୍ତିଭୂମିର ବିକାଶ କିମ୍ବା ଛାତ୍ରୀଛାତ୍ରଙ୍କୁ ଉତ୍ତମ ଶୈକ୍ଷିକ ବାତାବରଣ ପ୍ରଦାନ କରିବାରେ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ବିଫଳ ହୋଇଛନ୍ତି। ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ ବାରମ୍ବାର ଦାବି ଜଣାଇବା ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇନି। ତୁରନ୍ତ ଏସବୁ ସମସ୍ୟାର ସମାଧାନ ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ, ଜିଲାପାଳ, ବ୍ରହ୍ମପୁର ଏସ୍‌ପି, ଓଡ଼ିଶା ବାର୍‌ କାଉନସିଲ୍‌, ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍‌, ଗୋପାଳପୁର ବିଧାୟକ, ବ୍ରହ୍ମପୁର ଏମ୍‌ପିଙ୍କ ପାଖକୁ ପତ୍ର ପଠାଯାଇଛି । ଚିନ୍ମୟ କୁମାର ହୋତା, ଅନିଲ କୁମାର ବେହେରା, ବି.ମନୋଜ, ବି.ତେଜେଶ୍ୱର, ଶ୍ରୀକାନ୍ତ କୁମାର ସେଠୀ, ସାଇ ପ୍ରସାଦ ପାଢୀ, ଅମରେଶ ଚୌଧୁରୀ, ପି.ଭରତ, ଶୁଭାଶିଷ ବେହେରା, ବି.ନଳିନୀଙ୍କ ସମେତ ବହୁ ଛାତ୍ରୀଛାତ୍ର ଏହି ଆନ୍ଦୋଳନରେ ସାମିଲ୍‌ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri