ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପର୍ଯ୍ୟଟନ ପ୍ୟାକେଜ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି। ଏହି ବୈଠକରେ ଶ୍ରୀମନ୍ଦିର ଭଳି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ପାଇଁ ସ୍ବତନ୍ତ୍ର ଆଇନ ପ୍ରଣୟନ କରିବାକୁ ନିଷ୍ପତ୍ତି ହୋଇଛି। ଲିଙ୍ଗରାଜ ମନ୍ଦିରର ଗୌରବମୟ ଐତିହ୍ୟର ସଂରକ୍ଷଣ ପାଇଁ ରାଜ୍ୟ ସରକାର ୬୬ ଏକର ପରିବ୍ୟାପ୍ତ ଏକାମ୍ର କ୍ଷେତ୍ର ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନା ଅଧୀନରେ ୯ଟି ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯିବ। ସେହି ପ୍ରକଳ୍ପଗୁଡିକ ହେଲା ସୁଦୃଶ୍ୟ ପ୍ରବେଶ ପଥ, ବିନ୍ଦୁସାଗର ପୁନରୁଦ୍ଧାର ଯୋଜନାରେ ବିଭିନ୍ନ ଐତିହ୍ୟ ପୁଷ୍କରିଣୀଗୁଡିକର ପୁନରୁଦ୍ଧାର, ଅତ୍ୟାଧୁନିକ ପାର୍କିଂ, ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ, କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ ଓ ବିଭିନ୍ନ ସୁବିଧାସୁଯୋଗ, ଇ-ଅଟୋ କାର୍ଯ୍ୟକ୍ରମ, ଐତିହ୍ୟ ବ୍ୟାଖ୍ୟାନ କେନ୍ଦ୍ର ଏବଂ ଥାଇଥାନ ।
ଏହି ଯୋଜନାରେ ଶ୍ରୀଲିଙ୍ଗରାଜ ଥାନା ଓ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ ଅଫିସ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ଟ୍ରାଫିକ୍‌ ହ୍ରାସ ଓ ଯାତାୟାତର ସୁବିଧା ପାଇଁ ତାଳେଶ୍ୱର ଛକଠାରୁ ବଢେଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ। ୪ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ। ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ କରାଯିବ। ମନ୍ଦିର ଚାରିପାଖରେ ପରିକ୍ରମା ପଥ ନିର୍ମାଣ ହେବ। ମନ୍ଦିର ସମ୍ମୁଖ ରାସ୍ତାରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବ। ଶ୍ରୀଲିଙ୍ଗରାଜଙ୍କ ଐତିହ୍ୟ ପ୍ରକଳ୍ପ ଅଧୀନରେ ଭକ୍ତମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯିବ। ପର୍ଯ୍ୟଟକମାନଙ୍କ ପାଇଁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗର ବିକାଶ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ବିନ୍ଦୁସାଗର ଜଳକୁ ପରିଷ୍କାର କରିବା ପାଇଁ ଅତ୍ୟାଧୁନିକ ପଦ୍ଧତି ଗ୍ରହଣ କରାଯିବ। ଏଥିସହିତ କେଦାରଗୌରୀ, ପାପନାଶିନୀ, ଗୋଦାବରୀ, କୋଟିତୀର୍ଥ, ଗଙ୍ଗାଯମୁନା ଏବଂ ଦେବୀ ପାଦହରା ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର ଓ ସଂରକ୍ଷଣ କରାଯିବ। ଲିଙ୍ଗରାଜ ମନ୍ଦିରର ନିରାପତ୍ତାକୁ ଆହୁରି ସୁଦୃଢ କରାଯିବ।
ଏହି ଯୋଜନା ଦ୍ୱାରା ଜୀବିକା ହରାଉଥିବା ଉଠା ଦୋକାନୀମାନଙ୍କୁ ଦୁଇଟି କିସ୍ତିରେ ୩୦ ହଜାର ଟଙ୍କା ସହାୟତା ଦିଆଯିବ। ଭେଣ୍ଡିଂଜୋନ କରାଯାଇ ସେମାନଙ୍କୁ ଥଇଥାନ କରାଯିବ। ପକ୍କାଘରେ ଥିବା ଦୋକାନ ଘର ଉଚ୍ଛେଦ ନିମନ୍ତେ ବ୍ୟବସାୟୀଙ୍କୁ ୧୨ ମାସ ପାଇଁ ମାସିକ ୧୦ ହଜାର ଟଙ୍କା ଲେଖାଏ ୧ ଲକ୍ଷ ୨୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ। ପରବର୍ତ୍ତୀ ସମୟରେ ବିଏମ୍‌ସି, ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ମାର୍କେଟରେ ଅଥବା ନୂତନ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇ ସେମାନଙ୍କୁ ଥଇଥାନ କରାଯିବ। ସ୍ଥିତିବାନ ଆବାସିକ ଗୃହ/ ବ୍ୟବସାୟିକ ଗୃହ ଉଚ୍ଛେଦ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ସହିତ ଆଲୋଚନା କରାଯାଇ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏକାମ୍ରକ୍ଷେତ୍ର ସାରା ଦେଶରେ ଏକ ପ୍ରମୁଖ ଶୈବପୀଠ। ବିଭିନ୍ନ ପୁରାଣରେ ଭୁବନେଶ୍ୱରକୁ ଦ୍ୱିତୀୟ କାଶୀ ଭାବେ ବର୍ଣ୍ଣନା କରାଯାଇଛି । ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ପ୍ରତିଦିନ ସମଗ୍ର ଦେଶରୁ ହଜାର ହଜାର ଭକ୍ତ ଏକାମ୍ର କ୍ଷେତ୍ରକୁ ଆସିଥାଆନ୍ତି। ମନ୍ଦିର ନଗରୀ ଭାବେ ଏକାମ୍ରକ୍ଷେତ୍ର ବହୁ ପୁରାତନ କୀର୍ତ୍ତିରାଜିରେ ସୁଶୋଭିତ। ଏକାଦଶ ଶତାଦ୍ଦୀରେ କଳିଙ୍ଗ ଶୈଳୀରେ ନିର୍ମିତ ଲିଙ୍ଗରାଜ ମନ୍ଦିର ଉତ୍କଳୀୟ ଶିଳ୍ପ କଳାର ଅନ୍ୟତମ ଶ୍ରେଷ୍ଠ ନିଦର୍ଶନ ଏବଂ ଓଡିଆ ଜାତିର ଅମୂଲ୍ୟ ସମ୍ପଦ। ୧ ହଜାର ବର୍ଷର ପୁରୁଣା ଲିଙ୍ଗରାଜ ମନ୍ଦିର ଲକ୍ଷ ଲକ୍ଷ ଭକ୍ତମାନଙ୍କ ଶ୍ରଦ୍ଧା ଓ ବିଶ୍ୱାସର ପ୍ରତୀକ। ଏହି ଐତିହ୍ୟ ଆମ ଗୌରବ ଓ ଆମର ଶ୍ରେଷ୍ଠ ପରିଚୟ । ଏହାର ସୁରକ୍ଷା ସହିତ ଭବିଷ୍ୟତ ପିଢି ପାଇଁ ଏହାକୁ ଉପଯୁକ୍ତ ସଂରକ୍ଷଣ ନିମନ୍ତେ ଆମକୁ କିଛି ତ୍ୟାଗ କରିବାର ଆବଶ୍ୟକତା ମଧ୍ୟ ରହିଛି। ଏହି ତ୍ୟାଗକୁ ମହାପ୍ରଭୁ ଲିଙ୍ଗରାଜଙ୍କ ସେବା ଭାବେ ଗ୍ରହଣ କରି ସରକାରଙ୍କ ବିକାଶ କାମରେ ସହଯୋଗ କରିବା ପାଇଁ ଆପଣମାନଙ୍କ ସହଯୋଗ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ବୈଠକରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ସଚିବ ଏବଂ ଭୁବନେଶ୍ୱର ମହାନଗର ନିଗମ କମିଶନର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri