ଲିଙ୍ଗରାଜ ହାଇସ୍କୁଲରୁ ଚୋରି

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ଥାନା ନିମିନା ଗ୍ରାମପଞ୍ଚାୟତ ସାନବରଗଁାସ୍ଥିତ ଲିଙ୍ଗରାଜ ହାଇସ୍କୁଲରୁ ରବିବାର ରାତିରେ ଚୋରି ହୋଇଛି। ସ୍କୁଲ ମୁଖ୍ୟ ଫାଟକ ଓ ଅଫିସ ଗୃହ ତାଲା ଭାଙ୍ଗି ୪ ହଜାର ଟଙ୍କା, ଗୋଟିଏ ଫ୍ୟାନ, ମାଇକ୍ରୋଫୋନ ୩ଟି, ପେନଡ୍ରାଇଭ୍‌ ଗୋଟିଏ ଚୋରି ହୋଇଥିବା ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ସାହୁ ସୋମବାର ସନ୍ଧ୍ୟାରେ ଏତଲା ଦେଇଛନ୍ତି। ସେ ସୋମବାର କୌଣସି ଏକ କାର୍ଯ୍ୟରେ ବିଦ୍ୟାଳୟକୁ ଆସିଥିବାବେଳେ ଅଫିସ ଗୃହ ସହ ଫାଟକ ଖୋଲା ଥିବା ଦେଖିଥିଲେ। ଘର ଭିତରକୁ ଯିବାରୁ ଜିନିଷପତ୍ର ଏଣେତେଣେ ପଡିଥିଲା। ଏନେଇ ସନ୍ଧ୍ୟାରେ ପ୍ରଧାନଶିକ୍ଷକ ପୋଲସରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ସ୍କୁଲକୁ ଯାଇ ତଦନ୍ତ କରି ଫେରିଛି। ଲିଙ୍ଗରାଜ ହାଇସ୍କୁଲ ପାର୍ଶ୍ୱରେ ଥିବା ମା’ ସିଂହାସନୀ ଏମ୍‌ଇ ସ୍କୁଲ ତାଲା ମଧ୍ୟ ଭଙ୍ଗା ଯାଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri