Posted inଖେଳ

ଲିଭରପୁଲକୁ ହରାଇ ଏଫ୍‌ଏ କପ୍‌ କ୍ୱାର୍ଟରରେ ଚେଲସି

ଲଣ୍ଡନ,୪ା୩- ନିକଟରେ ଚଳିତ ସିଜନର ପ୍ରିମିୟର ଲିଗ୍‌ରେ ପ୍ରଥମ ଥର ପରାସ୍ତ ହୋଇଥିବା ଲିଭରପୁଲକୁ ପୁଣି ପରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଚେଲସି ଦଳ ୨-୦ ଗୋଲରେ ଲିଭରପୁଲକୁ ହରାଇ ଏଫ୍‌ଏ କପ୍‌ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ୍‌ର ୧୩ତମ ମିନିଟ୍‌ରେ ଲିଭରପୁଲ ଗୋଲକିପର ଆଡ୍ରିଆନଙ୍କ ତ୍ରୁଟିର ଫାଇଦା ଉଠାଇ ଓ୍ବିଲିଆନ ପ୍ରଥମ ଗୋଲ ଦେଇଥିଲେ। ପୂର୍ବତନ ଏଭରଟନ ଖେଳାଳି ରସ ବାର୍କଲେ (୬୪ତମ ମିନିଟ୍‌) ଗୋଲ ଦେଇ ଦଳର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇଥିଲେ। ଗତ ପ୍ରିମିୟର ଲିଗ୍‌ ମ୍ୟାଚ୍‌ରେ ପରାଜୟ ଯୋଗୁ ଲିଭରପୁଲ ଦଳରେ କୋଚ୍‌ ଜୁର୍ଗେନ କ୍ଲୋପ ୭ ପରିବର୍ତ୍ତନ କରିଥିଲେ। ଦଳର ଷ୍ଟାର ସାଡିଓ ମାନେ କିଛି ସୁଯୋଗ ହାତଛଡ଼ା କରିଥିଲେ। ଦଳକୁ ପ୍ରାୟ ୨ ମାସ ପରେ ଫେରୁଥିବା ଚେଲସି ଗୋଲକିପର କେପ ଆରିଜାବାଲାଗ ମ୍ୟାଚ୍‌ରେ ୩ଟି ଚମତ୍କାର ସେଭ କରିଥିଲେ। ଚଳିତ ସିଜନରେ ପ୍ରାୟତଃ ମ୍ୟାଚ୍‌ରେ ଏକତରଫା ବିଜୟ ହାସଲ କରିଥିବା ଲିଭରପୁଲ ତା’ର ଅନ୍ତିମ ୪ ମ୍ୟାଚ୍‌ରେ ୩ୟ ପରାଜୟ ବରଣ କରିଛି। ଦଳ ଚାମ୍ପିୟନ୍ସ ଲିଗ୍‌ର ପ୍ରିକ୍ୱାର୍ଟର ଫାଇନାଲର ପ୍ରଥମ ଲେଗ୍‌ରେ ଆଟଲେଟିକୋ ମାଡ୍ରିଡ୍‌ଠାରୁ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri