ଲିଭର ନଷ୍ଟ ହେଲେ ଦେଖାଦେଇଥାଏ ଏହିସବୁ ଲକ୍ଷଣ

ନିଶା ସେବନ ଦ୍ୱାରା ଲିଭର ନଷ୍ଟ ହୋଇଥାଏ ବୋଲି ଅନେକଙ୍କ ଧାରଣା ରହିଛି। ମାତ୍ର ଏହା ସବୁକ୍ଷେତ୍ରରେ ହୋଇ ନ ଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ଏପରି ଅନେକ ଲୋକ ଅଛନ୍ତି ଯେଉଁମାନେ କୌଣସି ପ୍ରକାର ନିଶା ସେବନ ନ କରି ମଧ୍ୟ ଲିଭର ସମ୍ବନ୍ଧିତ ରୋଗର ଶିକାର ହୋଇଥାନ୍ତି। ଲିଭର୍‌ରେ ମାଂସ ଜମା ହେବା କାରଣରୁ ଏହି ସମସ୍ୟା ଦେଖାଯାଇଥାଏ। ତେବେ ଏହାର ମୁଖ୍ୟ ଲକ୍ଷଣ ସମ୍ପର୍କରେ ଜାଣନ୍ତୁ।

ପେଟ ଫୁଲିବା:

ପେଟ ଫୁଲିବା ଏହି ରୋଗର ମୁଖ୍ୟ ଲକ୍ଷଣ। ଯେତେବେଳେ ଲିଭର ଶରୀରର ବର୍ଜ୍ୟବସ୍ତୁକୁ ବାହାରକୁ କାଢ଼ିବାକୁ ଅସମର୍ଥ ହୋଇଥାଏ। ସେତେବେଳେ ପେଟରେ ପାଣି ଜମି ଫେଟ ଫୁଲିଯାଇଥାଏ।

ପୁରୁଷଙ୍କ ସ୍ତନ ବଢ଼ିଥାଏ : ସ୍ତନ ବଢ଼ିବାର ଅନେକ କାରଣ ହୋଇପାରେ ମାତ୍ର ଏହା ଫ୍ୟାଟି ଲିଭରର ଏକ ଲକ୍ଷଣ ହୋଇଥାଏ। ତେବେ ଏପରି ଅନୁଭବ କରୁଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

ହଳଦିଆ ତ୍ୱଚା: ଯଦି ଆପଣଙ୍କ ତ୍ୱଚାର ରଙ୍ଗରେ ପରିବର୍ତ୍ତନ ଆସୁଥାଏ କିମ୍ବା ଆପଣଙ୍କ ତ୍ୱଚା ହଳଦିଆ ପଡ଼ିଯାଏ ତେବେ ଏହା ଫ୍ୟାଟି ଲିଭରର ମୁଖ୍ୟ କାରଣ ହୋଇଥାଏ॥

ରକ୍ତନଳୀ ବଢ଼ିବା: ଏହି ସମସ୍ୟା କାରଣରୁ ତ୍ୱଚାର ରଙ୍ଗରେ ପରିବର୍ତ୍ତନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri