Posted inରାଜ୍ୟ

ଲୁଚକାଳି ଖେଳୁଛି ମୌସୁମୀ: ବର୍ଷାକୁ ଅନାଇ ଚିନ୍ତାରେ ଚାଷୀ

ବିଞ୍ଝାରପୁର,୨୬|୬(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅଞ୍ଚଳରେ ୭୦ରୁ ପ୍ରତିଶତରୁ ଊର୍ଦ୍ଧ୍ୱ ଲୋକେ ଚାଷ ଉପରେ ନିର୍ଭର କରନ୍ତି। ପ୍ରତିବର୍ଷ ବ୍ଲକର ବିଭିନ୍ନ ରାଜସ୍ବ ମୌଜାରେ ପ୍ରାୟତଃ ୧୪ହଜାର ହେକ୍ଟର ଜମିରେ ଖରିଫ ଫସଲ ହୋଇଥାଏ। କିନ୍ତୁ ଅଧିକାଂଶ ଅଞ୍ଚଳରେ ଜଳସେଚନର ସୁବିଧା ହୋଇ ନ ଥିବାରୁ ଚାଷ ପାଇଁ ବର୍ଷା ଜଳ ଉପରେ ନିର୍ଭର କରିବାକୁ ପଡୁଛି। ଚଳିତ ବର୍ଷ ମୌସୁମୀଜନିତ ଭଲ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଥିଲା। ଏହାକୁ ଦୃଷ୍ଟିରେ ରଖି ବହୁ ଚାଷୀ ଚାଷ ପାଇଁ ମନ ବଳାଇଥିଲେ। ଏ ନେଇ ସମବାୟ ବିଭାଗ ନିକଟରୁ ବିହନ ମଧ୍ୟ କିଣି ସାରିଛନ୍ତି। ହେଲେ ଜୁ୍‌ନ୍‌ ଶେଷ ହେବାକୁ ବସିଥିଲେ ମଧ୍ୟ ମୌସୁମି ବର୍ଷା ହୋଇ ପାରି ନାହଁି। ସାଧାରଣତଃ ରଜପର୍ବ ପରେ ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିଥାଏ। ହେଲେ ଚଳିତ ବର୍ଷ ବର୍ଷା ଅଭାବରୁ ଅଧିକାଂଶ ଜମି ଚାଷ ହୋଇ ମଧ୍ୟ ପଡିଆ ପଡିଛି। ଅପରପକ୍ଷେ କେତେକ ଚାଷୀ କାଳବୈଶାଖୀ ଜନିତ ବର୍ଷା ପରେ ଜମିରେ ଧାନ ବୁଣିଥିଲାବେଳେ ତାହା ଏବେ ବର୍ଷା ଅଭାବରୁ ଭୂଇଁରୁ ଉଠି ପାରୁନାହିଁ। ଯଦି ଆସନ୍ତା ସପ୍ତାହ ମଧ୍ୟରେ ବର୍ଷା ନ ହୁଏ ତେବେ ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବ ବୋଲି ବହୁ ଚାଷୀ କହିଛନ୍ତି। ବର୍ତ୍ତମାନ ଧାନ ବୁଣା ରୁଆ ସମୟ ହୋଇଥିଲେ ମଧ୍ୟ ମୌସୁମୀ ନ ଆସିବା ନେଇ ଖରିଫ ଫସଲ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri