ଲୁଟେରା ଗ୍ୟାଙ୍ଗ୍‌ଠାବ: ୬ ଗିରଫ

କଟକ ଅଫିସ, ୧୧।୭: ସିଡିଏ ଫେଜ-୨ ପୋଲିସ ବୁଧବାର ଏକ ଲୁଟେରା ଗ୍ୟାଙ୍ଗକୁ ଠାବ କରିଛି। ଏଥିସହ ଗ୍ୟାଙ୍ଗର ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ବିଡ଼ାନାସୀ ଥାନା ଅନ୍ତର୍ଗତ ଖ୍ରୀଷ୍ଟିୟାନ ସାହି ଅଞ୍ଚଳର ଜିତେନ୍ଦ୍ର ବସ୍ତିଆ, ପ୍ରଶାନ୍ତ ବସ୍ତିଆ, ରାଜେନ୍ଦ୍ର ବସ୍ତିଆ, ଖୋର୍ଦ୍ଧା ଜିଲା ଜଟଣୀ ଅଞ୍ଚଳର ଚନ୍ଦନ ରାଣାସିଂ, ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ବାଘବାଡ଼ି ଅଞ୍ଚଳର ପପୁ ମଣ୍ଡଳ ଓ ଲାଲବାଗ ଥାନା ଅନ୍ତର୍ଗତ ବାଲୁବଜାର ଅଞ୍ଚଳର ପରେଶନାଥ ଶାହା। ପୋଲିସ ସେମାନଙ୍କଠାରୁ ଏକ ସୁନାଚେନ, ୩ଟି ମୋବାଇଲ, ଦୁଇଟି ବାଇକ୍‌ (ଓଡି୦୫ଆର୍‌-୯୩୦୬, ଓଆର୍‌୦୭ୟୁ-୮୨୬୦) ଜବତ କରିଛି।
ଅଭିଯୋଗ ଅନୁଯାୟୀ, ଗତ ୬ ତାରିଖ ସକାଳେ ବାରଙ୍ଗ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଅଞ୍ଚଳର ମାନସ ଲେଙ୍କା ନରାଜ ଆଇବିକୁ ଯାଉଥିଲେ। ସେହି ସମୟରେ ବାଟରେ ୨ ଜଣ ଯୁବକ ଏକ ବାଇକ୍‌ରେ ଆସି ତାଙ୍କୁ ଅଟକାଇଥିଲେ। ମାନସ ରହିବାରୁ ସେମାନେ ତାଙ୍କୁ ଗାଳିଗୁଲଜ କରି ପିନ୍ଧିଥିବା ସୁନାଚେନ, ବ୍ରେସଲେଟ୍‌, ଦୁଇଟି ମୋବାଇଲ ସହିତ ୬ହଜାର ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ। ଏ ନେଇ ମାନସ ସିଡିଏ ଫେଜ-୨ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୩୯/୧୯) ରୁଜୁ କରି ଘଟଣାର ମୁଖ୍ୟ ଅଭିଯୁକ୍ତ ଜିତେନ୍ଦ୍ରଙ୍କୁ ଗିରଫ କରିଥିଲା। ପଚରାଉଚରା ପରେ ସେ ଅନ୍ୟ ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ଦେଇଥିଲେ। ପରେ ପୋଲିସ ଅନ୍ୟ ୫ ଜଣଙ୍କୁ ଗିରଫ କରିଥିଲା। ତେବେ ସେମାନେ ମୁଖ୍ୟତଃ ନରାଜ ଅଞ୍ଚଳକୁ ଯାଉଥିବା ଲୋକମାନଙ୍କୁ ଟାର୍ଗେଟ କରୁଥିଲେ। ନିଛାଟିଆ ସ୍ଥାନ ଦେଖି ଲୋକମାନଙ୍କୁ ଅଟକାଇ ଲୁଟ୍‌ କରୁଥିଲେ ବୋଲି ଅଭିଯୁକ୍ତମାନେ ପୋଲିସ ନିକଟରେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri